ଅଜଣା ଗାଡ଼ି ଧକ୍କାରେ ଜଣେ ପୁଲିସ୍ ଏଏସ୍‌ଆଇଙ୍କ ମୃତ୍ୟୁ

ଢେଙ୍କାନାଳ, 24/08: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଭାଲୁମୁଣ୍ଡାରେ କୌଣସି ଅଜଣା ଗାଡ଼ି ଧକ୍କାରେ ଜଣେ ପୁଲିସ୍ ଏଏସ୍‌ଆଇଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଏଏସ୍‌ଆଇଙ୍କ ନାଁ ମାନସ ସିଂ। ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ପାଟବେଡ଼ା ଗାଁରେ। ମାନସ ଅନୁଗୋଳୁ ଜିଲ୍ଲାରେ କାର୍ଯ୍ୟରତ ଥିବା ବେଳେ ଛୁଟିନେଇ ଗତକାଲି ବିଳମ୍ବିତ ରାତିରେ ଘରକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ କୌଣସି ଗାଡ଼ି ପିଟି ଦେଇ ପଳାଇଥିବା ଜଣାପଡ଼ିଛି। କିଛି ସ୍ଥାନୀୟ ଲୋକ ମାନସଙ୍କୁ ଉଦ୍ଧାର କରି କାମାକ୍ଷାନଗର ଡାକ୍ତରଖାନାକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ମାନସଙ୍କ ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚିଥିଲେ। ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ