ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଅନୁମାନ କରିଛିି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୫ରୁ ୨୮ ତାରିଖ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ୨୫ ଓ ୨୬ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ।
ସୋମବାର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଯେହେତୁ ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ଅଧିକ ରହିଛି, ତେଣୁ ଆଗକୁ ହେବାକୁ ଥିବା ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ନଦୀରେ ବଡ଼ ବନ୍ୟା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଲଘୁଚାପ ପ୍ରଭାବରେ ବର୍ତ୍ତମାନ ବଙ୍ଗୋପସାଗର ବିଶେଷକରି ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିଛି। ସମୁଦ୍ର ମଧ୍ୟରେ ପବନର ବେଗ ୪୦ରୁ ୫୦ ଓ ଝଟକା ପବନ ୬୦ କିମି ପର୍ୟ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପଟେ ଉତ୍ତର ଓଡ଼ିଶାରେ ବର୍ତ୍ତମାନ ପୁଣି ଥରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଗଲା ଲଘୁଚାପ ପ୍ରଭାବରେ ଉପମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବିଭିନ୍ନ ନଦୀ ବୈତରଣୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଏଥିମଧ୍ୟରୁ ବୈତରଣୀ ଏବଂ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଥିବା ବେଳେ ଏହାର ଅବବାହୀକାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି।

  • Related Posts

    ପଞ୍ଚାୟତ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କ’ଣ ଜାଣନ୍ତୁ

    ଅନ୍ତ୍ୟୋଦୟ ଗୃହ ଯୋଜନା : ଆଉ ଦିବର୍ଷ ବଢ଼ିଲା ନିର୍ମାଣ ହେବ ୨.୯୧ ଲକ୍ଷ ଘର ବଢ଼ିଲା ପ୍ରୋତ୍ସାହନ ରାଶି ପୂରଣ ହେବ ସମସ୍ତଙ୍କ ଘର ଯୋଜନାର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୧୫ ।୧୦ : ଅନ୍ତ୍ୟୋଦୟ ଗୃହ ଯୋଜନାରେ…

    Continue reading
    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି