କାଣୀ ନଦୀରେ ଘାଇ

ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅହିୟାସ‌ କସପା ପଛପଡ଼ାଠାରେ କାଣୀ ନଦୀରେ ସୃଷ୍ଟି ହୋଇଛି ୫୦ ଫୁଟ୍ ଘାଇ । ସ୍ଥିତି ପରଖିଲା ଜିଲ୍ଲା ପ୍ରଶାସନ କ୍ଷ ଆଜି ଭୋରୁ ଭୋରୁ ଏହି ଘାଇ ସୃଷ୍ଟି ହୋଇଥିବା ସ୍ଥାନୀୟ ବାସିନ୍ଦା ସୂଚନା ଦେଇଛନ୍ତି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସେପଟେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଲର୍ଟ ରହିଛି ଜିଲ୍ଲା ପ୍ରଶାସନ। ପ୍ରଶାସନ ପକ୍ଷରୁ ସ୍ଥିତି ଅନୁଧ୍ୟାନ କରାଯିବା ସହ ପ୍ରତିକାର ବ୍ୟବସ୍ଥା ନେଇ ଉଦ୍ୟମ ଚାଲିଛି।
କାଣୀ ନଦୀରେ ଘାଇ ଯୋଗୁଁ ଦଶରଥପୁର ବ୍ଲକର ମଲ୍ଲିକାପୁର, ଦୁଦୁରାଅଣ୍ଟା, ଜୟନ୍ତରା ପଞ୍ଚାୟତ ଏବଂ ପଛପଡା, କୁଆଁରସାହି, କମାଲପୁର ଗ୍ରାମ ପ୍ରଭାବିତ ହୋଇଥିବା ଜଣା ପଡ଼ିଛି। ସେପଟେ ଗତ କିଛି ଦିନ ହେବ ଲଗାଣ ବର୍ଷା ଫଳରେ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଇଛି। ବୈତରଣୀ ନଦୀରେ ବନ୍ୟା ଜଳ ଆସିବା ଦ୍ଵାରା ଅନେକ ପଞ୍ଚାୟତରେ ପାଣି ପଶିଥିବା ଦେଖିବାକୁ ମିଳିଛି । ଯାଜପୁର ବ୍ଲକ ସିମିଳିଆ ପଞ୍ଚାୟତର ମୁଖ୍ୟ ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ସେପଟେ ଘାଇ ସୃଷ୍ଟି ହେବା ଖବର ପାଇ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଘାଇ ହେବା ଫଳରେ ଅନେକ ଗାଁ ପ୍ରଭାବିତ ହେଇଛି । ଏଥିସହିତ ଓଡ୍ରାଫ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରିଛି କ୍ଷ ତେବେ ବୈତରଣୀ ନଦୀରେ ଏହା ଦ୍ୱିତୀୟ ବନ୍ୟା ବୋଲି ଆଶଙ୍କା କରାଯାଇଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ