ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ!

ଭୁବନେଶ୍ୱର:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍‌ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ କଟାଯାଇଥିବା ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ରାସନ କାର୍ଡରୁ ବାଦ ପଡ଼ିଲେ ୧ ଲକ୍ଷ ୭୭ ହଜାର ହିତାଧୀକାରୀ। ବର୍ତ୍ତମାନ E-KYC ପ୍ରକ୍ରିୟା ଜାରି ରହିଥିବାଳ ବେଳେ ଧରାପଡିଯାଇଛନ୍ତି ଅଯୋଗ୍ୟ ହିତାଧିକାରୀ।

ବିଧାନସଭାରେ ଶୀତକାଳୀନ ଅଧିବେଶନ ଜାରି ରହିଥିବା ବେଳେ ରାସନ କାର୍ଡ ପ୍ରସଙ୍ଗ ଉଠିଥିଲା । ଯାହାର ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାସନକାର୍ଡ ହିତାଧିକାରୀଙ୍କ ଚାଲିଛି EKYC। ବର୍ତ୍ତମାନ ସୁଦ୍ଧା EKYC ପ୍ରକ୍ରିୟାରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ରାସନ କାର୍ଡ ରୁ ବାଦ ଦିଆଯାଉଛି। ମୋଟ ୩ କୋଟି ୩୬ ଲକ୍ଷ ୩୫ ହଜାର ୩୧୮ ହିତାଧିକାରୀଙ୍କ ମଧ୍ୟରୁ ଆଜି ସୁଦ୍ଧା ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ଜଣଙ୍କ EKYC ସରିଛି।

ମନ୍ତ୍ରୀ କହିଛନ୍ତି, ଖାଲି ସ୍ଥାନର ନୂଆ ହିତାଧିକାରୀକୁ କାର୍ଡ ଦିଆଯିବ। ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୧୯ ହଜାର ୮୩୬ ଜଣ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି। ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆଧାର ଇ- କେ.ୱାଇ.ସି ଯାଞ୍ଚ ସମୟରେ ଚିହ୍ନିତ ହେଉଥିବା ମୃତ ହିତାଧିକାରୀଙ୍କୁ ବାଦ ଦିଆଯାଇ, ଆଗକୁ ପୁଣି ଯେତେ ସ୍ଥାନ ଖାଲି ହେବ, ସେହି ସ୍ଥାନରେ, ଯୋଗ୍ୟ ଆବେଦନକାରୀଙ୍କୁ ନୂତନ ରାସନ କାର୍ଡ଼ ଯଥାଶୀଘ୍ର ଯୋଗାଇ ଦିଆଯିବ। ଆଜିସୁଦ୍ଧା, ରାଜ୍ୟରେ ନୂତନ ରାସନ କାର୍ଡ଼ ନିମନ୍ତେ ୬,୧୯,୮୩୬ ଆବେଦନ ପତ୍ର ହସ୍ତଗତ ହୋଇଥିବା ଗୃହରେ କହିଛନ୍ତି ମନ୍ତ୍ରୀ ।

Related Posts

କେରଳମ୍ ଛୁଇଁଲା ମୌସୁମୀ ବାୟୁ

କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

Continue reading
ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ