୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

ନୂଆଦିଲ୍ଲୀ,୨୫/୦୮: ଭାରତର ଅଭିଜ୍ଞ ୱେଟଲିଫ୍ଟର ମୀରାବାଈ ଚାନୁ ଦୀର୍ଘ ଦିନ ପରେ ସଫଳତାର ସହ ପ୍ରତ୍ୟାବର୍ତନ କରିଛନ୍ତି । ୨୦୧୮ ପରଠାରୁ ସେ କୌଣସି ଆର୍ନ୍ତଜାତୀୟ ମୁକାବିଲାକୁ ଓହ୍ଲାଇ ନ ଥିଲେ । ଚଳିତ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପରେ ସେ ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଟୋକିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ମୀରାବାଇ ଓଭରାଲ ୧୯୩ (୮୪, ୧୦୯)କେଜି ଭାର ଉଠାଇଥିଲେ । ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପରେ ସେ ସ୍ନାଚ, କ୍ଲିନ ଆଣ୍ଡ ଜର୍କ ଓ ଓଭରାଲରେ ରେକର୍ଡ କରିଛନ୍ତି । ଆଘାତ ସମସ୍ୟା ଯୋଗୁ ସେ ଆନ୍ତର୍ଜାତୀୟ ମୁକାବିଲାଠାରୁ ଦୂରେଇ ରହିଥିଲେ। ମାଲେସିଆର ଇରେନ ହେନେରୀ ୧୬୧ କେଜି( ୭୩, ୮୮) ଓ ୱେଲ୍ସର ନିକୋଲ ରୋବର୍ଟ ୧୫୦ କିଗ୍ରା (୭୦, ୮୦) ସହ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ପ୍ରଥମରୁ ଚାନୁଙ୍କ ପ୍ରଦର୍ଶନ ପ୍ରଶଂସକଙ୍କୁ ଚିନ୍ତାରେ ପକାଇଥିଲା । ପରେ ସେ କିନ୍ତୁ ଆକର୍ଷଣୀୟ ପ୍ରଦର୍ଶନ କରି ସମାଲୋଚକଙ୍କ ମୁହଁ ବନ୍ଦ କରି ଦେଇଥିଲେ ।

  • Related Posts

    ‘ଇଣ୍ଡିଆ ସ୍କିଲ୍ସ’ ଜାତୀୟ ପ୍ରତିଯୋଗିତାରେ ‘ଟିମ୍ ଓଡ଼ିଶା’ର ଶ୍ରେଷ୍ଠ ପ୍ରଦର୍ଶନ , ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ ପଦକ ଜିତିଲା

    ଭୁବନେଶ୍ଵର : ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର…

    Continue reading
    ଆଜି ସୁପର କିଙ୍ଗ୍‌ସ-କିଙ୍ଗ୍‌ସ ମୁକାବିଲା

    କଲକାତା: ଆଇପିଏଲରେ ଶୁକ୍ରବାର ଚେନ୍ନଇ ସୁପରକିଙ୍ଗ୍‌ସ ଓ ପଞ୍ଜାବ କିଙ୍ଗ୍‌ସ ମଧ୍ୟରେ ସପ୍ତମ ମ୍ୟାଚ ଖେଳାଯିବ। ଉଭୟ ଦଳ ଦ୍ବିତୀୟ ମ୍ୟାଚରେ ଅବତ୍ତୀର୍ଣ୍ଣ ହେ​‌େ​‌ବ। ଚେନ୍ନଇ ସୁପରକିଙ୍ଗ୍‌ସ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବାବେଳେ ପଞ୍ଜାବ କିଙ୍ଗ୍‌ସ ବିଜୟ ହାସଲ କରିଥିଲା। ଋତୁରାଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ