ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ. ରାଜେନ୍ଦ୍ର ସିଂହ । ଏହି ଗୋଲ ଟେବଲ ବୈଠକରେ ମହାନଦୀ ବଞ୍ଚାଅ ଆନ୍ଦୋଳନ, ଛତିଶଗଡ ନଦୀ ଘଟି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ଜଳ ବିରାଦରୀ ଇତ୍ୟାଦି ନଦୀ ଓ ଜଳକୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ କାର୍ୟ୍ୟ କରୁଥିବା ସଂଗଠନ ଗୁଡ଼ିକ ସାମିଲ ହୋଇଥିଲେ । ଏନେଇ ମହାନଦୀ ବଞ୍ଚାଓ ଆନ୍ଦୋଳନ ଆବାହକ ସୁଦର୍ଶନ ଦାସ ସୂଚନା ଦେଇଛନ୍ତି ।ମହାନଦୀ ଉଭୟ ଓଡ଼ିଶା ଏବଂ ଛତିଶଗଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଜୀବନରେଖା। ଓଡ଼ିଶାରେ ସମୁଦ୍ରକୁ ଭେଟିବା ପୂର୍ବରୁ ୯୦୦ କିଲୋମିଟର ବ୍ୟାପିଛି। ଏହି ନଦୀ ଭାରତର ଜଳବାୟୁକୁ ସନ୍ତୁଳିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବାବେଳେ ଉଭୟ ରାଜ୍ୟର ସଂସ୍କୃତି, ସାହିତ୍ୟ, ଅର୍ଥନୀତି, ପରିବେଶ ଏବଂ ସମୃଦ୍ଧତାକୁ ବଜାୟ ରଖିଛି । ମହାନଦୀ ଅବବାହିକା ଏବେ ସଙ୍କଟର ସମ୍ମୁଖୀନ ହୋଇଛି । ବିଶେଷ କରି ଅଣ ମୌସୁମୀ ସମୟରେ ଜଳ ଉପଲବ୍ଧତା ହ୍ରାସ ପାଇଛି । ବ୍ୟାପକ ଶିଳ୍ପାୟନ ନଦୀର ଇକୋସିଷ୍ଟମକୁ କ୍ଷତି ପହଞ୍ଚାଇବା ସହ ସଙ୍କଟ ବଢାଇ ଦେଇଛି ।

  • Related Posts

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading
    ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ‘ଏକ୍ସ’ ଲେଖିଛନ୍ତି, ସମସ୍ତଙ୍କୁ ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର କୃତଜ୍ଞତାର ସ୍ମରଣ କରାଏ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା