ଆମ ସରକାର ଆଦିବାସୀ ଜନଜାତି ପାଇଁ କାମ କରୁଛନ୍ତି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଓଡ଼ିଶା ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍‌ଘାଟନ କରିଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି, ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ। ନିକଟରେ ନିଟ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିଥିଲି। ଆମର ବର୍ତ୍ତମାନ ଭଲ ଅଛି, ଭବିଷ୍ୟତ ଆହୁରି ଭଲ ରହିବ। ପଲ୍ଲୀଠୁ ନେଇ ଦିଲ୍ଲୀ ଯାଏଁ ସାମ୍ବିଧାନିକ ବ୍ୟବସ୍ଥା ଚାଲିଛି। ହଜାର ହଜାର ବର୍ଷ ଧରି ଆମେ ଉତ୍ପୀଡ଼ନ ସହିଥିଲୁ। ଅସ୍ପୃଶ୍ୟତାର ଶିକାର ହୋଇଥିଲୁ, କିନ୍ତୁ ସମ୍ବିଧାନ ଆମକୁ ଅଧିକାର ଦେଲା। ଆମେ ସଶକ୍ତୀକରଣ ନହେଲେ ଯେତେ ଯୋଜନା କଲେ ବି ସୁଫଳ ମିଳିବନି। ଆମର ଉତ୍ଥାନ ନ ହେବା ଯାଏଁ ରାଜ୍ୟର ବିକାଶ ହୋଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ନିର୍ବାଚନ ପୂର୍ବରୁ ଆଦିବାସୀଙ୍କ ଘରକୁ ଯିବା ଗୋଟେ ଫେସନ । ମୁଁ କିନ୍ତୁ ଆଦିବାସୀ ପରିବାରରୁ ଜନ୍ମ । ମୋତେ କିଛି ଶିଖିବା ଆବଶ୍ୟକ ନାହିଁ । ମୁଁ ସେଇ ବର୍ଗରୁ ଆସିଥିବାରୁ ସବୁ ସମସ୍ୟା ବିଷୟରେ ଅବଗତ । ଆମ ସରକାର ଆଦିବାସୀ ଜନଜାତି ପାଇଁ କାମ କରୁଛନ୍ତି । ଓଡ଼ିଶାରେ ୨୫% ଜନଜାତି । ସେମାନଙ୍କ ବିକାଶ ନହେଲେ ଓଡିଶା ବିକାଶ ହେବନି । ଆମ ସରକାର SC /st ବିଭାଗ ବଜେଟ ବୃଦ୍ଧି କରି ୬୮ ହଜାର ୮୮୧ କୋଟି କରିଛନ୍ତି । ୧୪ ଜିଲାର ୩ ଲକ୍ଷ pvtg ବର୍ଗଙ୍କୁ ପିଏମ ଜନମନରେ ସାମିଲ କରାଯାଇଛି । ଆଦିବାସୀଙ୍କ ପାଇଁ ଫରେଷ୍ଟ ପ୍ରୋସେସିଂ ୟୁନିଟ୍ କରିବେ ସରକାର । ମିଲେଟ୍ ମିଶନ କୁ ସରକାର ଜୋର୍ ଦେଇଥିବାରୁ ଅଧତ୍କ ଫାଇଦା ଆଦିବାସୀ ପାଇଛନ୍ତି । ଶିକ୍ଷା କ୍ଷେତ୍ରକୁ ଗୁରୁତ୍ଵ ଦିଆଯାଇଛି । ୧୫ଏକଲବ୍ୟ ମଡେଲ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ୫ ଲକ୍ଷ ବିଦ୍ୟାର୍ଥୀ ହଷ୍ଟେଲ ରହି ପାଠ ପଢୁଛନ୍ତି । ସମସ୍ତ ଜନଜାତି ଭାଷାରେ ଶିକ୍ଷାଦାନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରଥମେ ଆଦିବାସୀ ସାନ୍ତାଳି ଭାଷାରେ ପଢ଼ାଯିବ ପାଇ ବହି ଛପାଯାଇଛି । ୨ ଦିନିଆ ସମିଳନୀରେ ପ୍ରସ୍ତାବ ଓ ପରାମର୍ଶକୁ ନେଇ ନୂଆ ନୀତି ଆସିବ ।

ଅନ୍ୟପଟେଓମ ବିର୍ଲା ଉଦ୍‌ବୋଧନ ଦେଇ କହିଛନ୍ତି, ଦେଶରେ ସମାବେଶୀ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ହେବ । ଦେଶକୁ ଆଗକୁ ନେବାକୁ ହେଲେ ସବୁ ବର୍ଗର ଲୋକଙ୍କୁ ସାଥୀରେ ନେଇ ଚାଲିବା। ସମସ୍ତଙ୍କୁ ନ୍ୟାୟ, ସମସ୍ତଙ୍କୁ ସେମାନଙ୍କ ଅଧିକାର ଦେବାକୁ ହେବ। ଦେଶର ପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ମାଟିରୁ ଆସିଛନ୍ତି। ଦେଶର ଲୋକତନ୍ତ୍ର, ଗଣତନ୍ତ୍ରର ଶକ୍ତି ପୂରା ବିଶ୍ୱକୁ ଅବଗତ କରାଉଛନ୍ତି। SC/ST ବଜେଟ ଆବଣ୍ଟନର ସମୀକ୍ଷା ହେବା ଜରୁରୀ। ରୋଜଗାର ଆର୍ଥିକ ଶକ୍ତି କ୍ଷେତ୍ରରେ ପରିବର୍ତ୍ତନ ଜରୁରୀ। କେଉଁ ଯୋଜନା କଲେ ଦଳିତ ଆଦିବାସୀ ଉପକୃତ ହେବେ ଚିନ୍ତା କରିବା ଜରୁରୀ, ଆବଶ୍ୟକତା ଅନୁସାରେ ସେମାନଙ୍କୁ ଅଧିକାର ଦେବାକୁ ହେବ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ