ଆଜି ଶପଥ ନେବେ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ: ଆଜି ଶପଥ ନେବେ ଜେଏମ୍‌ଏମ୍‌ ମୁଖ୍ୟ ହେମନ୍ତ ସୋରେନ୍‌। ସେ ଝାଡ଼ଖଣ୍ଡର ୧୪ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଞ୍ଚିର ମୋରହାବାଦୀ ପଡ଼ିଆରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ। ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

ଶପଥ ସମାରୋହରେ ‘ଇଣ୍ଡି’ ମେଣ୍ଟର ବହୁ ବରିଷ୍ଠ ନେତା ସାମିଲ ହେବେ। ଅଦ୍ୟାବଧି ୧୦ଟି ପାର୍ଟିର ୧୮ ଜଣ ବରିଷ୍ଠ ନେତା ସମାରୋହକୁ ଆସିବାକୁ ସହମତି ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧୀ, ଏନ୍‌ସିପି(ଏସ୍‌ପି) ଅଧ୍ୟକ୍ଷ ଶରଦ ପାୱାର, ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ, ମେଘାଳୟ ମୁଖ୍ୟମନ୍ତ୍ରୀ, ଆପ୍‌ ଆବାହକ ଅରବିନ୍ଦ କେଜରିୱାଲ, ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ପ୍ରମୁଖ ସାମିଲ ହେବା ନେଇ ସୂଚନା ମିଳିଛି।ସୂଚନା ଅନୁଯାୟୀ, ଆଜି ଏକାକୀ ଶପଥ ନେବେ ଜେଏମଏମ ମୁଖ୍ୟ। ପରେ ଝାଡ଼ଖଣ୍ଡ ମନ୍ତ୍ରିମଣ୍ଡଳ ବିସ୍ତାର ହେବ। ଏପର୍ୟ୍ୟନ୍ତ ସୋରେନଙ୍କ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହଯୋଗୀ କଂଗ୍ରେସ ତରଫରୁ କୌଣସି ମନ୍ତ୍ରୀଙ୍କ ତାଲିକା ଗ୍ରହଣ କରି ନାହିଁ।

  • Related Posts

    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading
    ଦିଲ୍ଲୀ ହୋଟେଲ ନିଆଁରେ ୨୧ ମୃତ

    ଦକ୍ଷିଣ ଦିଲ୍ଲୀର ମାଲବୀୟ ନଗରର ଗୋଟିଏ ହୋଟେଲରେ ଘଟିଥିବା ଭୟଙ୍କ ଅଗ୍ନିକାଣ୍ଡ ୨୧ ଜଣଙ୍କ ଜୀବନ ନେଇଛି। ସେହିପରି ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡରେ ଆହତ ହୋଇଥିବା ୮ ଜଣ ଏବେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି। ମୃତାହତଙ୍କ ମଧ୍ୟରେ ରହିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ