ଏଣିକି ଅଗ୍ନିଶମ ବିଭାଗରେ ମହିଳାଙ୍କୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏଣିକି ଅଗ୍ନିଶମ ବିଭାଗରେ ମହିଳାଙ୍କୁ ମିଳିବ ନିଯୁକ୍ତି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଛନ୍ତି ଗ୍ରିନ ସିଗ୍ନାଲ । ଅଗ୍ନିଶମ ବିଭାଗରେ ଫାୟାରମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ ନିଯୁକ୍ତି ମେଳାରେ ଘୋଷଣା କରିଛନ୍ତି ।ରାଜ୍ୟସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ‘‘ଆଗାମୀ ଦିନରେ ଫାୟାରମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ । ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ‘ଫାୟାର ଫାଇଟର’ ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ । ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇପାରିବେ । ମଣିଷ ଜୀବନ ବଞ୍ଚାଇବା ଏକ ମହାପୂଣ୍ୟ । ଦରମା ତ ପ୍ରତ୍ୟେକ କର୍ମଚାରୀ ପାଉଛନ୍ତି, କିନ୍ତୁ ଜୀବନ ରକ୍ଷାକରି ପୂଣ୍ୟ ଅର୍ଜନ କରିବାର ସୁଯୋଗ ସମସ୍ତଙ୍କୁ ମିଳେନାହିଁ । ସମାଜର ପ୍ରଶଂସା ଓ ସମ୍ମାନ ଆପଣଙ୍କ ଜୀବନର ସବୁଠାରୁ ବଡ ସଫଳତା ହେବ । ଆପଣମାନଙ୍କର କାର୍ୟ୍ୟ କ୍ଷେତ୍ରରେ ସୁନାମ ରାଜ୍ୟକୁ ସୁରକ୍ଷିତ କରି ରଖିବ ।’’ତେବେ ରାଜ୍ୟରେ ମୋଟ ୩୮୩୨ଟି ଆଗ୍ନିକ ଓ ୩୮୭ଟି ଆଗ୍ନିକ ଗାଡି ଚାଳକ ପଦବୀ ରହିଛି । ସେଥିମଧ୍ୟରୁ ଖାଲି ଥିବା ୮୨୬ ଟି ଆଗ୍ନିକ ଓ ୧୧୫ ଟି ଆଗ୍ନିକ ଗାଡିଚାଳକ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଫଳରେ ସମ୍ପୂର୍ଣ୍ଣ ପଦବୀ ସଂଖ୍ୟାର ୨୨ ଭାଗ ଗୋଟିଏ ଦିନରେ ପଦବୀ ପୂରଣ ହୋଇଛି । ତେବେ ୯୪୧ ଜଣ ନୂଆ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ବିଭାଗକୁ ସୁଦୃଢ କରିବ ଏବଂ ବିଭାଗ ଲୋକଙ୍କ ଧନଜୀବନ ସୁରକ୍ଷା କରିବା ପାଇଁ ଅଧିକ ସକ୍ଷମ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଉଛି ।ଗୃହ ବିଭାଗରେ ଖାଲିଥିବା ପଦବୀ ଓ ନୂଆ ପଦବୀ ମିଶି ପ୍ରାୟ ୧୦,୦୦୦ ପଦବୀ ଖୁବଶୀଘ୍ର ପୂରଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୦ଠାରୁ ଗୃହରକ୍ଷୀ ନିଯୁକ୍ତି ବନ୍ଦ ରହିଛି । ଏବେ ପାଖାପଖି ୨୪୧୬ ଟି ପଦବୀ ଖାଲି ଅଛି । ଖୁବଶୀଘ୍ର ଏଗୁଡିକ ମଧ୍ୟ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଆଗାମୀ ୫ ବର୍ଷ ମଧ୍ୟରେ ସରକାର ୧.୫ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ସ୍ଥିର କରିଥିବା ମୁଖ୍ୟମନ୍ତ୍ରୀ କାର୍ୟ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ