ସାର ଉପରେ କହିବା ପାଇଁ ବିରୋଧୀ ଦଳ ନେତାଙ୍କ ନୈତିକତା ନାହିଁ:ମନମୋହନ ସାମଲ

ଭୁବନେଶ୍ୱର: ସାର ଉପରେ କହିବା ପାଇଁ ବିରୋଧୀ ଦଳ ନେତାଙ୍କ ନୈତିକତା ନାହିଁ । ତାଙ୍କ ସରକାର ବର୍ଷ ବର୍ଷ ଧରି ୟୁରିଆ ଯୋଗାଇ ଦେଇ ପାରୁନଥିଲେ । ଯାହାକୁ ନେଇ ବିଭନ୍ନ ସମୟରେ ରାସ୍ତାରୋକ ଏବଂ ହୋହଲ୍ଲା ହେଉଥିଲା । ସାରା ନେଇ ହଜାର ହଜାର ଟଙ୍କାର ଦୁର୍ନୀତି ଅଭିଯୋଗ ଆସିଥିଲା । ବଡବଡ ନେତାଙ୍କ ସମ୍ପୃକ୍ତି ଥିବା ସହ ଦଳୀୟ ପାଣ୍ଠିଙ୍କୁ ଟଙ୍କା ଯିବ ଅଭିଯୋଗ ଆସିଥିଲା । ଏ ନେଇ ଅବଗତ ଅଛୁ । ସାର ଯୋଗାଇଦେବା ପାଇଁ ସରକାର ସମସ୍ତ ପ୍ରକାର ବ୍ୟବସ୍ଥା କରୁଛନ୍ତି । ଆମ ସରକାର ଆସିବା ପରେ ନିମ୍ବ.କୋଟଡେ ୟୁରିଆ ଦେଲେ । ସମବାୟ ବିଭାଗ ଅନ୍ୟ ବିଭାଗ ସହିତ ସାମନ୍ୱୟ ରଖି ଏ ଦିଗରର ପଦକ୍ଷେପ ନେଉଛନ୍ତି ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ସାରା ରାଜ୍ୟରେ ଏବେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା । କଳାବଜାରୀ, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି । ପ୍ରତିଦିନ ଏହାର ଚିତ୍ର ସାମ୍ନାକୁ ଆସୁଥିବା ବେଳେ ଚାଷୀମାନେ ଆଉ ଚାଷ ପାଇଁ ଧ୍ୟାନ ଦେଉ ନାହାଁନ୍ତି । ଏନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହାର ପ୍ରତିକାର ପାଇଁ ସେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ଚିଠି ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ ତୁରନ୍ତ ଆବଶ୍ୟକୀୟ ୟୁରିଆ ଯୋଗାଇବାକୁ ଦାବି କରିଛନ୍ତି ।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    କ୍ଷମା ମାଗିଲେ ନିଶିକାନ୍ତ ଦୁବେ: କ’ଣ କହିଲେ ଜାଣନ୍ତୁ

    ନୂଆଦିଲ୍ଲୀ : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ଆଜି କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ