SCO ସମ୍ମିଳନୀରେ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ମୋଦି

ନୂଆଦିଲ୍ଲୀ: SCO ସମ୍ମିଳନୀରେ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ମୋଦି । ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ। ସୁରକ୍ଷା, ଶାନ୍ତି ଓ ସ୍ଥିରତା ଯେ କୌଣସି ଦେଶର ବିକାଶ ପାଇଁ ଜରୁରୀ। କିନ୍ତୁ ଆତଙ୍କବାଦ ଏସବୁ ପାଇଁ ସବୁଠୁ ବଡ଼ ପ୍ରତିବନ୍ଧକ । SCO ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। କହିଲେ ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ୍ । ତେଣୁ ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ । ସେ ଆହୁରି କହିଛନ୍ତି ଯେ, ସୁରକ୍ଷା, ଯୋଗାଯୋଗ ଓ ସୁଯୋଗ SCOର ୩ ଗୁରୁତ୍ବପୂର୍ଣ୍ଣ ସ୍ତମ୍ଭ । ସୁରକ୍ଷା, ଶାନ୍ତି ଓ ସ୍ଥିରତା ଯେ କୌଣସି ଦେଶର ବିକାଶ ପାଇଁ ଜରୁରୀ। କିନ୍ତୁ ଆତଙ୍କବାଦ ଏସବୁ ପାଇଁ ସବୁଠୁ ବଡ଼ ପ୍ରତିବନ୍ଧକ। ଗତ ୪ ଦଶନ୍ଧିରୁ ଭାରତ ଆତଙ୍କବାଦର ପୀଡ଼ା ସହିଛି । ଅନେକ ମାଆ ନିଜ ସନ୍ତାନ ହରାଇଛନ୍ତି, ଅନେକ ମଧ୍ୟ ଅନାଥ ହୋଇଛନ୍ତି । ନିକଟରେ ପହଲଗାମ ହମ୍‌ଲା ମାନବିକତା ଉପରେ ଆକ୍ରମଣ ଥିଲା । ଏଭଳି କଠିନ ସମୟରେ ଭାରତକୁ ସମର୍ଥନ କରିଥିବା ମିତ୍ର ଦେଶଗୁଡ଼ିକୁ ଧନ୍ୟବାଦ ଜଣାଉଛି ।
ଭାରତ ଟେରର ଫଣ୍ଡିଂ ବିରୋଧରେ ବି ସ୍ବର ଉଠାଇଛି । ଆମେ ଆତଙ୍କବାଦର ପ୍ରତ୍ୟେକଟି ସ୍ବରୂପକୁ ବିରୋଧ କରୁଛୁ ବୋଲି ମୋଦି କହିଛନ୍ତି । ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ୍ । ତେଣୁ ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ । ଆତଙ୍କବାଦ ପ୍ରସଙ୍ଗରେ କୌଣସି ଡବଲ୍ ଷ୍ଟାଣ୍ଡାର୍ଡ ଚାଲିବନି ବୋଲି ମୋଦି ଦୋହରାଇଛନ୍ତି ।

  • Related Posts

    ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ ବାଲି ମାଫିଆ

    ରାୟପୁର: ଛତିଶଗଡ଼ର କୋରିୟା ଜିଲ୍ଲାରେ ବେଆଇନ ଭାବେ ବାଲି ଖନନ କାରବାରରେ ଜଡ଼ିତ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ଧାରଣ କରିଛି। ବାଲି ମାଫିଆମାନେ ବିଜେପି ନେତା ଭରତ ସିଂହଙ୍କ ସମେତ ୩ ଜଣଙ୍କୁ ଫର୍ଚୁନର୍‌ କାର ଭିତରେ ଜିଅନ୍ତା…

    Continue reading
    ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ

    ଓ୍ବାଶିଂଟନ: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ