ଲଘୁଚାପ : ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ

ଭୁବନେଶ୍ୱର: ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ସୁରକ୍ଷା ଦୃଷ୍ଟିରୁ ସେପ୍ଟେମ୍ବର ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‌ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଜିଲାରେ ବର୍ଷା ସହ ପବନ ବହିବ। ଏଥିସହ ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ସେହିପରି କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲା କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହିତ ଘଣ୍ଟାପ୍ରତି ୩୦-୪୦ କି.ମି. ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।ଫ

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ