ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି ।
ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ
ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…


