ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାବାସୀଙ୍କ ସେବା କରୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ଆୟୋଜିତ ‘ସମ୍ବର୍ଦ୍ଧନା ସଭା’ କାର୍ଯ୍ୟକ୍ରମରେ ବରିଷ୍ଠ ନେତୃତ୍ଵଙ୍କ ସହ ଯୋଗଦେଇ ଓଡ଼ିଶାବାସୀଙ୍କ ତରଫରୁ ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଓଡ଼ିଶା ମାଟିକୁ ସ୍ଵାଗତ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ହେଉଛି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ। ରାଜ୍ଯରେ ସରକାର ହେବା ପରେ ଆଜି ତୃତୀୟ ଥର ପାଇଁ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ଓଡ଼ିଶା ଏବଂ ଓଡ଼ିଶାବାସୀଙ୍କ ପ୍ରତି ଏ ସ୍ନେହ, ଶ୍ରଦ୍ଧା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନକରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵ ଏବଂ ମାର୍ଗଦର୍ଶନରେ ଆମ ସରକାର ଓଡ଼ିଶାବାସୀଙ୍କ ସେବା କରୁଛି। ସରକାର ଆସିବାର ୫ ମାସ ମଧ୍ୟରେ ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଏବଂ ସବ୍‌କା ପ୍ରୟାସ’କୁ ମୂଳମନ୍ତ୍ର କରି ଓଡ଼ିଶାର ବିକାଶ ପାଇଁ କାର୍ଯ୍ୟ କରୁଛି। ଓଡ଼ିଆ ଅସ୍ମିତା ଏବଂ ସ୍ଵାଭିମାନର ସୁରକ୍ଷା ସହ ମହିଳା ସଶକ୍ତିକରଣ ପାଇଁ ସୁଭଦ୍ରା ଯୋଜନା ଦ୍ଵାରା ଏକ କୋଟି ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଚାଷୀଙ୍କ ଉନ୍ନତି ପାଇଁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ କିଣିବା ପାଇଁ ନିଷ୍ପତ୍ତି ନିଆଯାଇ ପ୍ରତିଶ୍ରୁତି ପୂରଣ କରାଯାଇଛି। ରାଜ୍ଯରେ ଶିଳ୍ପ କ୍ଷେତ୍ରର ବିକାଶକୁ ଆଗେଇନେବା ପାଇଁ ‘ଉତ୍କର୍ଷ ଓଡ଼ିଶା’ ମାଧ୍ୟମରେ ପୁଞ୍ଜିନିବେଶ ଦିଗରେ ଗୁରୁତ୍ଵ ଦିଆଯାଉଛି। ରାଜ୍ୟକୁ ମୋଟ ୧ ଲକ୍ଷ ୮୦ ହଜାର କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ସହ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଇଛି। ଖୁବ କମ ଦିନରେ ୧୮ ହଜାର ସରକାରୀ ନିଯୁକ୍ତି ମଧ୍ୟ ପ୍ରଦାନ କରାଯାଇଛି। ଯଶସ୍ଵୀ ପ୍ରଧାନମନ୍ତ୍ରୀ ୨୦୪୭ ମସିହା ସୁଦ୍ଧା ‘ବିକଶିତ ଭାରତ’ ପାଇଁ ଯେଉଁ ଲକ୍ଷ୍ୟ ରଖିଛନ୍ତି ସେଥିରେ ଓଡ଼ିଶାର ବହୁତ ବଡ ଯୋଗଦାନ ରହିଛି। ୨୦୩୬ ମସିହାରେ ଯେବେ ଓଡ଼ିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ ହେବ, ସେବେ ‘ସମୃଦ୍ଧ ଓଡ଼ିଶା, ବିକଶିତ ଓଡ଼ିଶା’ ଗଠନ ହେବ ଯାହାକି ‘ବିକଶିତ ଭାରତ’ ନିର୍ମାଣରେ ବିଶେଷ ସହଯୋଗ କରିବ। କେନ୍ଦ୍ର ସରକାର ଓଡ଼ିଶାକୁ ସର୍ବାଧିକ ଗୁରୁତ୍ଵ ଦେଉଛନ୍ତି। ପ୍ରଥମ ଥର ପାଇଁ ଓଡ଼ିଶାରେ ଡିଜିପି ସମ୍ମିଳନୀ ଆୟୋଜନ କରିବା ପାଇଁ ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଉଛି। ଯଶସ୍ଵୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ ଓଡ଼ିଶା ପୂର୍ବୋଦୟ ବିକାଶର କେନ୍ଦ୍ରବିନ୍ଦୁ ହେବା ସହିତ ଦେଶର ବିକାଶର ରେଳରେ ପ୍ରଥମ ବଗି ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଏହାକୁ ସାକାର ରୂପ ଦେବାପାଇଁ ଡବଲ ଇଞ୍ଜିନ ସରକାର ନିଶ୍ଚୟ ଏକ ଆହ୍ଵାନର ସହ କାର୍ଯ୍ୟ କରିବ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ