ଭୁୁବନେଶ୍ୱରରେ ଆରମ୍ଭ ହେଲା ତିନିଦିନିଆ ଡିଜିପି ସମ୍ମିଳନୀ

ଭୁୁବନେଶ୍ୱର: ଲୋକସେବା ଭବନରେ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇଯାଇଛି। ଦେଶର ସୁରକ୍ଷା ପାଇଁ ଆଲୋଚନା ହେଉଥିବା ଏହି ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉଦ୍‌ଘାଟନ କରିଛନ୍ତି। ଏହି ସମ୍ମିଳନୀରେ ଦେଶର ସବୁ ରାଜ୍ୟର ଡିଜିପି ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ସମ୍ମିଳନୀ ତିନି ଦିନ ଧରି ଚାଲିବ। ଏହି ସମ୍ମିଳନୀରେ ବହୁ ବିଶିଷ୍ଠ ବ୍ୟକ୍ତି ଯୋଗ ଦେଉଛନ୍ତି। ଶାହଙ୍କ ପୂର୍ବରୁ ଓଡ଼ିଶାରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ପହଞ୍ଚିଛନ୍ତି। ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହେବେ। ତିନି ଦିନ ଧରି ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଡିଜି ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ଯୋଗ ଦେଉଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚି ଥିଲେ।

ଏଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ସ୍ବାଗତ ଜଣାଇଥିଲେ। ଏହା ପରେ ଶ୍ରୀ ଶାହ ସିଧାସଳଖ ଲୋକସେବା ଭବନରେ ପହଞ୍ଚି ଆନୁଷ୍ଠାନିକ ଭାବେ ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ। ରାତି ୮ଟା ପର୍ଯ୍ୟନ୍ତ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ। ବୈଠକ ସରିବା ପରେ ଶ୍ରୀ ଶାହ ଆଇପିଏସ୍ ମେସ୍‌କୁ ଯାଇ ରାତ୍ରିଯାପନ କରିବେ ବୋଲି ସୂଚନା ମିଳିଛି। ଏହି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଡିଜିପି ସମ୍ମିଳନୀ ପାଇଁ କମିସନରେଟ ପୁଲିସ ପକ୍ଷରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସହରର ମୁଖ୍ୟ ଛକଗୁଡ଼ିକରେ ବିଏସ୍‌ଏଫ୍‌, ସିଆରପିଏଫ୍‌ ଯବାନଙ୍କ ସମେତ ସୁରକ୍ଷାବାହିନୀର ଅନ୍ୟ କର୍ମଚାରୀ ମୁତୟନ ହୋଇଛନ୍ତି। ମୋଦୀଙ୍କ ଗସ୍ତକୁ ନେଇ ଭୁବନେଶ୍ୱରର ବିଭିନ୍ନ ରୁଟ୍‌ରେ ଟ୍ରାଫିକ କଟକଣା କରାଯାଇଛି। ମୋଦୀଙ୍କ ଝଲକ ଟିକେ ପାଇବା ପାଇଁ ବିମାନବନ୍ଦର ଠାରୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ରାସ୍ତାକଡ଼ରେ ସମର୍ଥକମାନେ ଭିଡ଼ ଲଗାଇବା ଆରମ୍ଭ କରିଦେଇଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ