ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ହାସଲ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି।ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି।ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ।ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀ କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି। ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ।

ନୂଆ ସରକାର ଦାୟିତ୍ଵ ଗ୍ରହଣ କରିବା ପରଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବା ଓ ସ୍ଵାସ୍ଥ୍ୟ ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଚାଲିଛନ୍ତି। ଏହି ମଞ୍ଜୁରୀ ଦ୍ଵାରା ସରକାରଙ୍କ ଉଦ୍ୟମ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ