ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼ କରିଥିଲେ। ତାଙ୍କ ବିରୁଦ୍ଧରେ ଅଭିଯୋଗ କରିବାରୁ ସେ ଏହି ଆକ୍ରମଣ କରିଥିଲେ। ପୀଡିତ ସାମ୍ବାଦିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କମିଶନ କହିଛନ୍ତି ଯେ, ଯଦି ଏହି ଖବର ସତ୍ୟ ତେବେ ଏହା ମାନବାଧିକାର ଉଲ୍ଲଂଘନର ଏକ ଗମ୍ଭୀର ପ୍ରସଙ୍ଗ ଅଟେ। ତେଣୁ, କମିଶନ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ନୋଟିସ୍ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସଂଗ୍ରହ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ତଦନ୍ତର ସ୍ଥିତି ଏବଂ ଆହତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ସୂଚନା ପ୍ରଦାନ କରିବାକୁ ମଧ୍ୟ କୁହାଯାଇଛି। ୩୦ ଅଗଷ୍ଟ, ୨୦୨୫ରେ ପ୍ରସାରିତ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ଘଟଣା ସାମ୍ବାଦିକ ଏବଂ ଅଞ୍ଚଳର ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି।

  • Related Posts

    ପିଏମ୍ ସ୍ୱନିଧି ଯୋଜନା; ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼

    ଭୁବନେଶ୍ୱର,; ପିଏମ୍ ସ୍ୱନିଧି ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସି ଖବର । ଷ୍ଟ୍ରିଟ୍ ଭେଣ୍ଡରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି । ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି ଯୋଜନା ଅଧୀନରେ ମଞ୍ଜୁର ହେଉଥିବା ୩ଟି ଋଣ ପର୍ଯ୍ୟାୟରେ ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ…

    Continue reading
    ରେଙ୍ଗାଳି ବିସ୍ଥାପିତ ସମସ୍ୟା ଓ ତୃଟି ଶୂନ୍ୟ ହାଇଟେକ ସର୍ଭେ ଉପରେ ଗୁରୁତ୍ୱ ଦିଆଯିବ : ମନ୍ତ୍ରୀ

    ଦେବଗଡ଼:ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବିକାଶର ଧାରା, ଓଡିଶା ସାରା ନିମନ୍ତେ ନୂଆବାଲିରୋଇସ୍ଥିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ସଭାଗୃହ ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ