ଭୟଙ୍କର ରୂପ ଧାରଣ କଲା ବାତ୍ୟା, ଏଇଠି ପିଟିହେବ…

ନୂଆଦିଲ୍ଲୀ : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି ହଠାତ୍‌ ଏହାର ଦିଗ ବଦଳାଇଥିବା ସୂଚନା ମିଳିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟରରୁ ୧୦ କିଲୋମିଟର ବେଗରେ ଗତି କରୁଛି । ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟ। ଏହା ଉତ୍ତର ଦିଗକୁ ଯିବାର ସମ୍ଭାବନା ଅଛି । ଏହା ୩୦ ତାରିଖରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଆଶା କରାଯାଉଛି । ଆଇଏମଡି କହିଛି ଯେ ଏହି ଘୂର୍ଣ୍ଣିବଳୟ ଫଳରେ ଘଣ୍ଟା ପ୍ରତି ୪୫ ରୁ ୫୫ କିଲୋମିଟର ବେଗରେ ପବନ ବୋହିବ। ଏହି କାରଣରୁ, ଡିସେମ୍ବର ୨ ପର୍ଯ୍ୟନ୍ତ ଆନ୍ଧ୍ରରେ ହାଲୁକାରୁ ମଧ୍ୟମ ବର୍ଷା ହେବ ।ଯଦି ପବନର ବେଗକୁ ଦେଖିବା, ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୫୦ କିଲୋମିଟରରୁ ଅଧିକ ବେଗରେ ପବନ ବହିବ। ଏପିରେ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଏବଂ ତେଲେଙ୍ଗାନାରେ ଘଣ୍ଟା ପ୍ରତି ୧୪ କିଲୋମିଟର ବେଗରେ ପବନ ବହିବ। ଅଧିକାରୀମାନେ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବାକୁ ନଯିବାକୁ ପରାମର୍ଶ ଦେଇଥିଲେ। ତେବେ ବାତ୍ୟା ପ୍ରଭାବ ଓଡ଼ିରେ ମଧ୍ୟ ପଡିବ। ଏହା ପ୍ରଭାବରେ ୩୦ ଓ ୧ ତାରିଖରେ ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ବର୍ଷା ହୋଇପାରେ। ଏହାସହ ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

  • Related Posts

    ୟୁପିଆଇରେ ଲାଗିବନି ଶୁଳ୍କ !

    ନୂଆଦିଲ୍ଲୀ : ଆସନ୍ତା ୧୫ ତାରିଖରୁ ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) ଉପରେ ଲାଗୁ ହେବାକୁ ଥିବା ୦.୦୪ ପ୍ରତିଶତ ଶୁଳ୍କ ଆଉ ଲାଗିବନି । ଆସନ୍ତା ବର୍ଷ ଜାନୁଆରୀ ୧ ରୁ ଏହି ନୂଆ ନିୟମ କାର୍ୟ୍ୟକାରୀ କରିବାକୁ ସରକାର…

    Continue reading
    ଜେୱର ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ

    ନୋଇଡା: ଉତ୍ତର ପ୍ରଦେଶର ଜେୱରଠାରେ ନିର୍ମାଣାଧୀନ ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ କରିବା ପ୍ରସ୍ତାବକୁ ଉତ୍ତର ପ୍ରଦେଶ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଲକ୍ଷ୍ନୌଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ