ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଶାନ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହେଲେ ୟୁରୋପୀୟ ୟୁନିଅନ ମୁଖ୍ୟ

ନୂଆଦିଲ୍ଲୀ,04।09: ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଶାନ୍ତି ପାଇଁ ପ୍ରୟାସ ତୀବ୍ର ହୋଇଛି ଏବଂ ଏଥିରେ ଭାରତର ଭୂମିକାକୁ ବିଶେଷ ଗୁରୁତ୍ବ ଦିଆଯାଉଛି। ପ୍ରଥମେ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଆଲୋଚନା କରିଥିଲେ। ଏହା ପରେ, ଜର୍ମାନୀର ବୈଦେଶିକ ମନ୍ତ୍ରୀ ଭାରତ ଆସିଥିଲେ ଏବଂ ଏବେ ୟୁରୋପୀୟ ୟୁନିଅନ (ଇୟୁ) କମିସନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଫୋନ୍ ଯୋଗେ ଆଲୋଚନା କରିଛନ୍ତି। ୟୁରୋପୀୟ ୟୁନିଅନ ଚାହେଁ ଯେ ଭାରତ ଏହି ସଙ୍କଟର ସମାଧାନରେ ସକ୍ରିୟ ଭୂମିକା ଗ୍ରହଣ କରୁ। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର୍ ଜେଲେନ୍ସକି ମଧ୍ୟ ପୂର୍ବରୁ ଅନେକ ଥର ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହୋଇଛନ୍ତି। ଶେଷଥର ପାଇଁ ମୋଦୀଙ୍କ ଚୀନ ଗସ୍ତ ପୂର୍ବରୁ ଜେଲେନସ୍କି ଫୋନ କରି ଆଲୋଚନା କରିଥିଲେ । ୟୁରୋପୀୟ ୟୁନିଅନ ମୁଖ୍ୟ ଉର୍ସୁଲା ଭନ୍ ଡେର୍ ଲେଏନ୍ ‘ଏକ୍ସ’ ରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହେବାର ସୌଭାଗ୍ୟ ପାଇଛି। ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍ସକିଙ୍କ ସହ ଭାରତର ସମ୍ପର୍କ ସ୍ୱାଗତଯୋଗ୍ୟ। ରୁଷ ଏହାର ଯୁଦ୍ଧକୁ ଶେଷ କରିବା ଉଚିତ ଏବଂ ଶାନ୍ତି ପାଇଁ ପଥ ଖୋଲିବା ଉଚିତ। ଏଥିରେ ଭାରତର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ। ଏହି ଯୁଦ୍ଧ କେବଳ ୟୁରୋପ ନୁହେଁ ବରଂ ସମଗ୍ର ବିଶ୍ୱର ସୁରକ୍ଷା ଏବଂ ଆର୍ଥିକ ସ୍ଥିରତାକୁ ଦୁର୍ବଳ କରୁଛି। ଏହି କାରଣରୁ ଭାରତ ଭଳି ପ୍ରଭାବଶାଳୀ ଦେଶର ପଦକ୍ଷେପ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼େ।

  • Related Posts

    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading
    ସ୍ମିତ୍ ମଚ୍ଛାରଙ୍କ ସହ କଥା ହେଲେ ନେତନ୍ୟାହୁ

    ନୂଆଦିଲ୍ଲୀ:   ମୃତ୍ୟୁ ସହ ଲଢି ଫ୍ଲାଏଦୁବାଇ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ । ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ନେତନ୍ୟାହୁ । ଇସ୍ରାଏଲ, ଭାରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ