ହେମଗିରି ତହସିଲଦାର ନିଲମ୍ବିତ

ଲୋକଙ୍କୁ ଦୁର୍ବ୍ୟବହାର ଓ କାର୍ଯ୍ୟରେ ଅବହେଳା ମହଙ୍ଗା ପଡ଼ିଲା। ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି।
ସେ ନିୟମିତ ଅଫିସକୁ ଆସୁ ନଥିବା ଓ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସ୍ଥାନୀୟ ଲୋକେ ଜିଲ୍ଲାପାଳ ତଥା ରାଜ୍ୟ ସରକାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହା ପରେ ଘଟଣାର ତଦନ୍ତ କରାଯାଇଥିଲା। ତଦନ୍ତ ରିପୋର୍ଟକୁ ଜିଲ୍ଲାପାଳ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି।
ନିଲମ୍ବନ ଅବଧି ସମୟରେ ତାଙ୍କୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବାକୁ କୁହାଯାଇଛି। ଜିଲ୍ଲାପାଳଙ୍କ ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡ଼ି କେଉଁ ଆଡ଼େ ଯାଇପାରିବେ ନାହିଁ ନିର୍ଦ୍ଦେଶ ଦିଆଯାଇଛି।

ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯିବା ପରେ ସ୍ଥାନୀୟ ଲୋକେ ଖୁସି ପ୍ରକଟ କରିଛନ୍ତି। ସ୍ଥାନୀୟ ବାସିନ୍ଦା ରାଜେନ୍ଦ୍ର ନାଏକ କହିଛନ୍ତି, ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ସାଧାରଣ ଲୋକେ ଜମିଜମା ମାମଲାରେ ନିୟମିତ ତହସିଲ ଅଫିସକୁ ଆସୁଛନ୍ତି। କିନ୍ତୁ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି ଅଫିସରେ ରୁହନ୍ତି ନାହିଁ। ସେ ତାଙ୍କ ମନଇଚ୍ଛା ଅଫିସ ଆସନ୍ତି। ଦୁର୍ନୀତିର ଗନ୍ତାଘର ପାଲିଟିଥିଲା ହେମଗିରି ତହସିଲ। ସରକାର ତାଙ୍କ ବିରୋଧରେ ଯେଉଁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, ତାହା ସୁନ୍ଦରଗଡ଼ ଜିଲ୍ଲାରେ କାର୍ଯ୍ୟ କରୁଥିବା ଅନ୍ୟ ଦୁର୍ନୀତିଗ୍ରସ୍ତ ଅଧିକାରୀ ତଥା ଯେଉଁ ଅଧିକାରୀମାନେ ଲୋକଙ୍କ କଥା ଶୁଣନ୍ତି ନାହିଁ କି କାମ କରନ୍ତି ନାହିଁ, ସେମାନଙ୍କ ପାଇଁ ଚେତବାନୀ ସଦୃଶ ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ