ମଣିପୁର ହିଂସା: ଥାନା ଓ ବିଧାୟକଙ୍କ ବାସଭବନରେ ଜଳାପୋଡା ଘଟଣାରେ ୮ ଗିରଫ

ମଣିପୁରରେ ଜାତିଗତ ବିବାଦ ଏବଂ ହିଂସା ଥମିବାର ନାଁ ଧରୁନି। ରାଜ୍ୟରେ ସାମ୍ପ୍ରତିକ ହିଂସା ମଧ୍ୟରେ ଥାନା ଏବଂ ବିଧାୟକଙ୍କ ବାସଭବନ ଉପରେ ଆକ୍ରମଣ ଅଭିଯୋଗରେ ୮ ଜଣଙ୍କୁ ଗିରଫ କରାଯାଇଥିବା ଶନିବାର ଏକ ବିବୃତ୍ତିରେ କହିଛି ପୁଲିସ। ରାଜ୍ୟରେ ଏକାଧିକ ହିଂସାତ୍ମକ ଘଟଣାରେ ଏହି ୮ ଅଭିଯୁକ୍ତଙ୍କ ସଂପୃକ୍ତି ଥିବା ପୁଲିସ କହିଛି। ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ପୁଲିସ ସୂଚନା ଦେଇଛି।
ପୁଲିସର ସୂଚନା ଅନୁସାରେ, ନଭେମ୍ବର ୨୮ (ଗୁରୁବାର) ଦିନ ଇମ୍ଫାଲ ପଶ୍ଚିମ ଜିଲ୍ଲାର ପାଟସୋଇ ଥାନା ଅଞ୍ଚଳର ଚୋଂଗଥମ ଥୋଇଚା (୨୦)ଙ୍କୁ ଗିରଫ କରାଯାଇଛି। ଗତ ନଭେମ୍ବର ୧୬ରେ ହୋଇଥିବା ହିଂସାରେ ନିର୍ବାଚିତ ପ୍ରତିନିଧିଙ୍କ ସମ୍ପତ୍ତି ଜାଳିଦେବା ଅଭିଯୋଗରେ ଥୋଇଚାଙ୍କୁ ଗିରଫ କରାଯାଇଛି। ପୁଲିସ କହିଛି ଯେ ଏହି ଆକ୍ରମଣ ପରେ ସେହି ଅଞ୍ଚଳରେ ଉତ୍ତେଜନା ବଢ଼ିଥିଲା। ଏହା ବ୍ୟତୀତ ନଭେମ୍ବର ୨୭ରେ, କାକଚିଙ୍ଗ୍ ଥାନା ଏବଂ ଏହାର ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣରେ ସଂପୃକ୍ତ ଥିବା ୭ ଜଣଙ୍କୁ ଗିରଫ କରାଯାଇଛି। ଏହି ହିଂସାତ୍ମକ ଆକ୍ରମଣ ସ୍ଥାନୀୟ ସମ୍ପ୍ରଦାୟ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ବ୍ୟାପକ ସଂଘର୍ଷର ଏକ ଅଂଶ ବୋଲି ପୁଲିସ କହିଛି।
ପ୍ରକାଶ ଥାଉ, ମଣିପୁରରେ ମେତେଇ ସମ୍ପ୍ରଦାୟ ଏବଂ କୁକି ସମ୍ପ୍ରଦାୟ ମଧ୍ୟରେ ବିବାଦ ଆରମ୍ଭ ହେବା ପରଠୁ ରାଜ୍ୟରେ ହିଂସା ପ୍ରାୟ ଦେଢ଼ ବର୍ଷରୁ ଅଧିକ ସମୟ ହେବ ଜାରି ରହିଛି। ଏହି ହିଂସାରେ ୨୫୦ରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ ହଜାର ହଜାର ଲୋକ ବାସହୀନ ହୋଇଯାଇଛନ୍ତି। ତେବେ ନଭେମ୍ବର ମାସ ଦ୍ୱତୀୟ ସପ୍ତାହରେ ମେତେଇ ସଂପ୍ରଦାୟର ଗୋଟିଏ ପରିବାରର ୬ ଜଣଙ୍କୁ ଜିରିବାମ ଜିଲ୍ଲାରୁ ଉଗ୍ରବାଦୀମାନେ ଅପହରଣ କରିନେଇଥିଲେ। ପରେ ସେମାନଙ୍କ ମୃତଦେହ ମିଳିଥିଲା। ଯାହାପରେ ରାଜ୍ୟରେ ସ୍ଥିତି ପୁଣି ବେକାବୁ ହେବାରେ ଲାଗିଛି।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ