ଭାରତୀୟ ଏ ଟିମର ଅଧିନାୟକ ଭାବେ ଶ୍ରେୟସ ଆୟର ନିଯୁକ୍ତ

ନୂଆଦିଲ୍ଲୀ,06/09: ଶ୍ରେୟସ ଆୟରଙ୍କୁ ବଡ଼ ଦାୟିତ୍ୱ ଦେଇଛି ବିସିସିଆଇ। ଭାରତୀୟ ଏ ଟିମର ଅଧିନାୟକ ଭାବେ ଶ୍ରେୟସ ଆୟର ନିଯୁକ୍ତି ପାଇଛନ୍ତି। ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଥିବା ୧୫ ଜଣିଆ ଇଣ୍ଡିଆ ଏ ଟିମର ନେତୃତ୍ୱ ଶ୍ରେୟସ ଆୟର ନେବେ। ଭାରତ ଏ ଓ ଅଷ୍ଟ୍ରେଲିଆ ଏ ମଧ୍ୟରେ ୨ଟି ୪ ଦିନ ବିଶିଷ୍ଟ ମ୍ୟାଚ୍‌ ଲକ୍ଷ୍ନୌରେ ଖେଳାଯିବ। ଏଥିପାଇଁ ଆୟରଙ୍କ ନେତୃତ୍ୱରେ ଭାରତୀୟ ଏ ଟିମର ଘୋଷଣା କରାଯାଇଛି। ବିସିସିଆଇ କାହିଁକି ଶ୍ରେୟସ ଆୟରଙ୍କୁ ଟି-୨୦ ସ୍କ୍ୱାଡରୁ ବାଦ ଦେଲା ବୋଲି ପ୍ରଶ୍ନ ଉଠାଇଥିଲେ କ୍ରିକେଟ ପଣ୍ଡିତ। ସେପ୍ଟେମ୍ବର ୯ରୁ ଏସିଆ କପ ଆରମ୍ଭ ହେବ। ଟି-୨୦ ଫର୍ମାଟରେ ଖେଳାଯିବାକୁ ଥିବା ଏସିଆ କପ ସ୍କ୍ୱାଡରୁ ଷ୍ଟାର ବ୍ୟାଟର ଶ୍ରେୟସ ଆୟରଙ୍କୁ ବାଦ ଦିଆଯିବାରୁ ଏହାକୁ ନେଇ ବିବାଦ ହୋଇଥିଲା। କିନ୍ତୁ ଏସବୁ ଭିତରେ ଶ୍ରେୟସ ଆୟରଙ୍କୁ ବଡ଼ ଦାୟିତ୍ୱ ଦେଇଛି ବିସିସିଆଇ।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ