ଆନ୍ଦୋଳନରତ ଶିକ୍ଷକଙ୍କ ସହିତ ଦୁଇ ମନ୍ତ୍ରୀଙ୍କ ଆଲୋଚନା ଖୁବଶୀଘ୍ର ନିଷ୍ପତ୍ତି

ଭୁବନେଶ୍ୱର,06/09: ବିଭିନ୍ନ ଦାବି ନେଇ ଶିକ୍ଷକ ସଂଘର ଆନ୍ଦୋଳନ ଜାରି ରହିଛି । ଲୋୟର ପିଏମଜିରେ ଆନ୍ଦୋଳନରତ ଶିକ୍ଷକଙ୍କ ସହିତ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଆଲୋଚନା କରିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶିକ୍ଷକମାନଙ୍କ ସହିତ ଆଲୋଚନା କରିଛନ୍ତି । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସକରାତ୍କମ ମାନସିକତାରେ ରହିଛନ୍ତି। ଶିକ୍ଷକଙ୍କ ସମସ୍ୟାର ସମାଧାନ ଏକ କମିଶନ ଗଠନ ହେବ, ଯେଉଁଥିରେ ଅର୍ଥ, ଆଇନ ବିଭାଗ ଓ ଶିକ୍ଷାବିତ ରହିବେ। ଏନେଇ ଟିକେ ସମୟ ଓ ତର୍ଜମାର ଆବଶ୍ୟକ ରହିଛି । ଶିକ୍ଷକଙ୍କ ସମସ୍ୟା ଓ ଦାବି ପୁରଣ ନେଇ କୌଣସି ପଦକ୍ଷେପ ନେଇନଥିଲେ ପୂର୍ବ ସରକାର ଯେଉଁଥିପାଇଁ ପ୍ରକ୍ରିୟା ବିଳମ୍ବ ହେଉଛି । ଆମେ ଚେଷ୍ଟା କରୁଛୁ ଟିକେ ସମୟ ଲାଗିବ । ଏହା ସହିତ ଶିକ୍ଷକମାନଙ୍କୁ ଆନ୍ଦୋଳନରୁ ଓହରିବାକୁ ଅନୁରୋଧ କରିଛନ୍ତି । ସେହିପରି ଆଇନ ମନ୍ତ୍ରୀ କହିଛନ୍ତି, ଓଷ୍ଟା ଓ ଶିକ୍ଷକ ସମନ୍ଵୟ ସମିତି ସହିତ ଆଲୋଚନା ହୋଇଛି। ଶିକ୍ଷକଙ୍କର ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି । ୫ଜଣିଆ କମିଟି ଗଠନ ହୋଇଛି । ଦାବି ଉପରେ ତର୍ଜମା କରି ଖୁବଶୀଘ୍ର ରିପୋର୍ଟ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଶିକ୍ଷକ ନେତାମାନଙ୍କ ସହିତ ୪ଟି ଦାବି ଉପରେ ଆଲୋଚନା ହୋଇଛି । ଖୁବଶୀଘ୍ର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ବସିବ ।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ