କଟକ,07/09: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ଦୁଇଟି ସିଟିଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ନ ୨ଟାରୁ ୪ଟା ଯାଏ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀମାନଙ୍କ ଆଡ୍ମିଟ୍ କାର୍ଡ ଆସନ୍ତା ୧୭ ତାରିଖରୁ ବୋର୍ଡ ୱେବ୍ସାଇଟ www.bseodisha.ac.inରେ ଉପଲବ୍ଧ ହେବ। ତେବେ ପରୀକ୍ଷା କେନ୍ଦ୍ରଗୁଡିକ ଅପରିବର୍ତ୍ତିତ ରହିଛି।
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…







