ମାଣ୍ଡିଆ ଦିବସ: ଚଳିତ ବର୍ଷର ଥିମ୍- କୃଷି ଜୈବ ବିବିଧତା ଓ ଐତିହ୍ୟରେ ମହିଳା କୃଷକଙ୍କ ଅବଦାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଏକମାତ୍ର ରାଜ୍ୟଭାବେ ମାଣ୍ଡିଆ ଦିବସ ପାଳନ କରୁଛି । ପ୍ରତିବର୍ଷ ନଭେମ୍ବର ମାସ ୧୦ ତାରିଖକୁ ମାଣ୍ଡିଆ ଦିବସ ରୂପେ ପାଳନ କରାଯାଉଅଛି । ଏହି ବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧୦ ଓ ୧୧ ରେ ଦୁଇଦିନ ଧରି ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଅନୁଷ୍ଠିତ ହେବ । ” କୃଷି ଜୈବ ବିବିଧତା ଓ ଐତିହ୍ୟରେ ମହିଳା କୃଷକଙ୍କ ଅବଦାନ ” ଏହିବର୍ଷର ବିଷୟବସ୍ତୁ ରହିଛି । ପୂର୍ବବର୍ଷ ଭଳି ବିଭିନ୍ନ ସେସନ୍ ବିଶିଷ୍ଟ ଗବେଷକ/ବୈଜ୍ଞାନିକଙ୍କ ଦ୍ୱାରା ପରିଚାଳିତ ହେବ । ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ମାଣ୍ଡିଆ, ସୁଆଁ, କାଙ୍ଗୁ ଓ ବିସ୍ମୃତ ପ୍ରାୟ ଖାଦ୍ୟାନ୍ନର ଉତ୍ପାଦନ, ବ୍ୟବହାର ଓ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ଉଦାହରଣ ସାଜିଛି । ନିକଟରେ ଏଫସିଆଇ ରାଜ୍ୟରୁ ମାଣ୍ଡିଆ ଅନ୍ୟ ରାଜ୍ୟକୁ ପ୍ରେରଣ କରିଛି ଏବଂ ପର୍ୟ୍ୟାୟକ୍ରମେ ମୋଟ ୪୦ ହଜାର ମେଟ୍ରିକ ଟନ ମାଣ୍ଡିଆ କେବଳ ଓଡିଶାରୁ ନେବା ପାଇଁ ଯୋଜନା ରହିଛି ।ଏଥରର ମାଣ୍ଡିଆ ଦିବସ ସମାବେଶରେ ୪୦୦ରୁ ଅଧିକ ଚାଷୀ, ଏମଏସ ସ୍ଵାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷା, ଡ଼ ସୌମ୍ୟା ସ୍ୱାମୀନାଥନ, ୟୁନାଇଟେଡ଼ ନେସନ୍ସ ର ଫୁଡ଼ ଏଣ୍ଡ ଏଗ୍ରିକଲଚର ଅର୍ଗାନାଇଜେସନରୁ ବୈଜ୍ଞାନିକ, ୱାର୍ଲଡ଼ ଫୁଡ଼ ପ୍ରୋଗ୍ରାମ, ଆଇସିଏଆର, ଆଇସିଏଆର-ସିଆଇଡବ୍ଲୁଏ ରୁ ମହିଳା ବୈଜ୍ଞାନିକ, ଦେଶ ବିଦେଶରୁ ବହୁ ଖ୍ୟାତନାମା ବୈଜ୍ଞାନିକ ତଥା ଅଧିକାରୀ ପ୍ରମୁଖ ଯୋଗଦେବେ ।

ପ୍ରସ୍ତୁତି ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ କାର୍ୟ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରିବା ସହ ବିଭାଗର ଆଗାମୀ କାର୍ୟ୍ୟପନ୍ଥାର ସୂଚନା ପ୍ରଦାନ କରିଥିଲେ । କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା, ନିର୍ଦ୍ଦେଶକ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଶ୍ରୀ ସୁବ୍ରତ କୁମାର ପଣ୍ଡା, ଓ ବିଭାଗୀୟ ଅଧିକାରୀମାନେ ଯୋଗଦେଇ ନିଜ ନିଜର ସୁଚିନ୍ତିତ ପରାମର୍ଶ ପ୍ରଦାନ କରିଥିଲେ ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ