ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ ୨୬ କି.ମିରେ ମେଟ୍ରୋ ଚଳାଚଳ ଆରମ୍ଭ ହେବ । ଏପରିକି ୨୦ଟି ଷ୍ଟେଶନରେ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟର ବାର୍ତ୍ତା ରହିବ ବୋଲି ଅପରାଜିତା କହିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୧୩ଟି ଟ୍ରେନ ଚାଲିବାକୁ ଥିବା ବେଳେ ପ୍ରତ୍ୟେକ ଟ୍ରେନରେ ୩ଟି କୋଚ ରହବ। ପ୍ରତ୍ୟେକ ଦିନ ୯୫ ହଜାର ଲୋକ ଯିବାର କ୍ଷମତା ରହିବ ବୋଲି ଅପରାଜିତା ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ପ୍ରକଳ୍ପ ପାଇଁ ଆବଶ୍ୟକୀୟ ୯୨ ଏକର ଜମି ମିଳି ସାରିଛି। ଆଉ ୧୫ ଏକର ଖୁବଶୀଘ୍ର ଯୋଗାଇ ଦିଆଯିବ। ପ୍ରକଳ୍ପ ନେଇ ମୋଟ ୬ ହଜାର ୨୫୬ କୋଟି ଟଙ୍କା ଖର୍ଚ୍ଚ ନେଇ ଆକଳନ ହୋଇଛି। ପ୍ରଥମ ପର୍ଯ୍ୟାୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପରେ କେନ୍ଦ୍ରର ସହାୟତା ଦରକାର କି ନାହିଁ ଜଣାଯିବ ବୋଲି ଅପରାଜିତ କହିଛନ୍ତି।

  • Related Posts

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍