ରାଜଗିର,07।09: ପୁରୁଷ ଏସିଆ କପ ହକି ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି। ଶନିବାର ଶେଷ ସୁପର-୪ ମ୍ୟାଚରେ ଭାରତ ୭-୦ ଗୋଲ୍ରେ ଚୀନ୍କୁ ପରାସ୍ତକରି ଅପରାଜିତ ରହି ଫାଇନାଲରେ ପହଞ୍ଚିଛି। ଆଜି ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ଫାଇନାଲ ଖେଳାଯିବ। ଭାରତ ୩ଟି ମ୍ୟାଚରୁ ୨ଟି ବିଜୟ ଓ ଗୋଟିଏ ଡ୍ର ସହ ୭ ପଏଣ୍ଟ ପାଇ ଗ୍ରୁପ ଶୀର୍ଷ ସ୍ଥାନ ହାସଲ କରିଛି। ଅନ୍ୟପକ୍ଷରେ ଚୀନ ପରାଜିତ ହେବା ପରେ ଦକ୍ଷିଣ କୋରିଆ ୪ ପଏଣ୍ଟ ସହ ଗ୍ରୁପର ଦ୍ବିତୀୟ ସ୍ଥାନରେ ରହି ଫାଇନାଲ ଖେଳିବାକୁ ଯୋଗ୍ୟତା ହାସଲ କରିଛି। ଶନିବାର ଦକ୍ଷିଣ କୋରିଆ ଶେଷ ସୁପର-୪ ମ୍ୟାଚରେ ୪-୩ ଗୋଲରେ ମାଲେସିଆକୁ ପରାସ୍ତ କରିଥିଲା।
ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ
ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…








