୧୩ ପର୍ୟ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୩ ତାରିଖ ପର୍ୟ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି। ବିଶେଷ କରି ୧୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ ଏବଂ ୧୨ତାରିଖରେ ରାୟଗଡ଼ା ଓ କୋରାପୁଟ ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସମ୍ବନ୍ଧରେ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ପୁଣି ମୌସୁମୀ ନିମ୍ନଚାପରେଖା ବର୍ତ୍ତମାନ ଉତ୍ତର ଗୁଜରାଟ ଏବଂ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ ସହିତ ଓଡ଼ିଶାର ଗୋପାଳପୁର ଉପର ଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏଥିସହିତ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ସହିତ ଉତ୍ତର ଆନ୍ଧ୍ର ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି କିଛି ଘରୋଇ ପାଣିପାଗ ସଂସ୍ଥା ପୂର୍ବାନୁମାନ କରିଛନ୍ତି। ହେଲେ ପାଣିପାଗ ବିଭାଗ ଏ ସଂକ୍ରାନ୍ତରେ କିଛି ହେଲେ ସ୍ପଷ୍ଟ କରିନାହିଁ। ଯଦି ଲଘୁଚାପ ସୃଷ୍ଟି ହୁଏ ତେବେ ଆନ୍ଧ୍ରପ୍ରଦେଶ ଉପରେ ଅଧିକ ପ୍ରଭାବ ପଡ଼ିବ। କିନ୍ତୁ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ