ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ସବୁ ବିଜେପି ସାଂସଦଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ସେ ସାଂସଦଙ୍କୁ ଭେଟି ଆଲୋଚନା କରିବେ । ଉଭୟ ମୋହନ ଓ ମନମୋହନଙ୍କ ସମାନ ସମୟରେ ଦିଲ୍ଲୀ ଗସ୍ତ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଗତ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଥିଲେ । ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ।
ଶନିବାର ମନମୋହନ ଓଡ଼ିଶା ଫେରିଥିଲେ ବି ବିଜେପି ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି ଦିଲ୍ଲୀରେ ଥିଲେ । ମନମୋହନ ରବିବାର ଯିବା ପରେ ଉଭୟ ନେତାଙ୍କ ସହ କେନ୍ଦ୍ରୀୟ ନେତୃତ୍ୱ ମାରାଥନ୍‌ ଆଲୋଚନା କରିଛନ୍ତି । ନିଗମ, ବୋର୍ଡରେ ନିଯୁକ୍ତିଠାରୁ ନେଇ ନୂଆ ଟିମ୍‌ ଗଠନ, ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଓ ଅନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଛି । ନିଗମ, ବୋର୍ଡରେ କେଉଁମାନେ ଥଇଥାନ ହେବେ, ତାହା ଆପାତତଃ ଚୂଡ଼ାନ୍ତ ହୋଇସାରିଛି । କେବଳ ଘୋଷଣା ବାକି ଅଛି । ବିଜେପି ନୂଆ ଟିମ୍‌ ନେଇ ମଧ୍ୟ ଆଲୋଚନା ହୋଇଛି । ଆଗକୁ ପୁଣି ଥରେ ଶୀର୍ଷ ନେତୃତ୍ୱଙ୍କ ସହ ତାଙ୍କର ବୈଠକ ବସିବ । ରବିବାର ବିଳମ୍ବିତ ରାତିରେ ସେ ପୁଣି ଥରେ ଦିଲ୍ଲୀ ଯାଇଛନ୍ତି । ନିଗମ ଓ ବୋର୍ଡ ନିଯୁକ୍ତି ସହିତ ବିଜେପିର ନୂଆ ଟିମ୍‌ ଗଠନ ଉପରେ କେନ୍ଦ୍ରୀୟ ନେତାଙ୍କ ସହ ତାଙ୍କର ଆଲୋଚନା ହୋଇଛି । ଖୁବ୍‌ଶୀଘ୍ର ଏହା ଘୋଷଣା କରାଯିବ

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ