ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢେ଼ାଲକିଆଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସେ ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ‘ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢେ଼ାଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି ।’
ପ୍ରକାଶ ଯେ ସୋମବାର ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢେ଼ାଲକିଆଙ୍କ ପରଲୋକ ହୋଇଛି । ୪ଥରର ବିଧାୟକ ରାଜେନ୍ଦ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତୁ୍ୟବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।

ରାଜେନ୍ଦ୍ର ଢେ଼ାଲକିଆ ୨୦୦୪ ମସିହାରେ ସ୍ୱାଧୀନଭାବେ ବିଧାୟକଭାବେ ନିର୍ବାଚିତ ହୋଇଥିଲେ । ପରେ ୨୦୦୯,୨୦୨୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକଭାବେ ନିର୍ବାଚିତ ହୋଇଥିଲେ ।

୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଶ୍ରୀ ଢୋଲକିଆ । ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି । ସେ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ