ଘୂର୍ଣ୍ଣିବଳୟ ସୃଷ୍ଟି, ଆଜିଠୁ ୧୩ ଯାଏ ବର୍ଷା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୯ ତାରିଖ ଅର୍ଥାତ ମଙ୍ଗଳବାରଠାରୁ ୧୩ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ସେହିପରି ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ମଙ୍ଗଳବାର କୋରାପୁଟ ଏବଂ ମାଲାକାନଗିରି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟ କେତେକ ଜିଲାରେ ମଧ୍ୟ ସମ୍ଭାବନା ରହିଛି। ୧୦ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ବାକି ଜିଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୧ରେ ମାଲକାନଗିରି ଓ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ। ଏହି ଦୁଇ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ୧୨ ଓ ୧୩ ତାରିଖରେ କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ