୧୧ରୁ ବୃଦ୍ଧି ପାଇବ ବର୍ଷାର ପ୍ରଭାବ

ଭୁବନେଶ୍ୱର: ଆସନ୍ତା ୧୧ ତାରିଖରୁ ରାଜ୍ୟରେ ପୁଣିଥରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ। ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ମାତ୍ରାଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ୧୧ ତାରିଖରେ ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ବର୍ତ୍ତମାନ ଓଡ଼ିଶା ଉପରେ ମୌସୁମୀ ଟ୍ରଫ୍‌ ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାଜନିତ ସ୍ଥିତି ସୃଷ୍ଟି ହେଉଛି। ସୋମବାର ପାରଳାଖେମୁଣ୍ଡିରେ ସର୍ବାଧିକ ୫୨ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ୧୧ମିମି ଓ ଚାନ୍ଦବାଲିରେ ୧୦ ମିମି ବର୍ଷା ରେକର୍ଡ ହୋଇଛି। ଏହି ସ୍ଥିତି ଆଗକୁ ମଧ୍ୟ ଜାରି ରହିବାର ସମ୍ଭାବନା ରହିଛି। ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୬୩ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ସୁଦ୍ଧା ସ୍ୱାଭାବିକ ବର୍ଷା ୯୯୨ ମିମି ତୁଳନାରେ ବର୍ଷାର ପରିମାଣ ୩ ପ୍ରତିଶତ କମ୍‌ ରହିଛି। ମୋଟ୍‌ ୮ ଟି ଜିଲ୍ଲାରେ ବର୍ଷାର ସ୍ଥିତି ନିଅଣ୍ଟିଆ ରହିଥିବା ବେଳେ ୬ ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଓ ବାକି ସମସ୍ତ ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକ ରହିଛି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ