ଦ୍ୱିତୀୟ ଦିନରେ ପୋଲିସ ଡିଜିଙ୍କ ମେଳି

ବ୍ୟୁରୋ: ପୋଲିସ ଡିଜି ସମ୍ମିଳନୀର ଦ୍ୱିତୀୟ ଦିନରେ ଘଣ୍ଟା ଘଣ୍ଟା ଧରି ଜାତୀୟ ସୁରକ୍ଷାକୁ ନେଇ ହୋଇଛି ଆଲୋଚନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ମିଳନୀରେ ସାମିଲ ହେବା ସହ ଦେଶର ସୁରକ୍ଷାକୁ ନେଇ କଣ ରୋଡମ୍ୟାପ ପ୍ରସ୍ତୁତ ହୋଇଛି ତାହାର ସମୀକ୍ଷା କରିଛନ୍ତି।

ପୋଲିସ ଡିଜି ସମ୍ମିଳନୀର ଦ୍ୱିତୀୟ ଦିନରେ ଆଜି ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସକାଳ ୮ଟା ୩୦ରୁ ଲୋକସେବା ଭବନରେ ଚାଲିଛି ଆଲୋଚନା । ଦେଶର ସୁରକ୍ଷାକୁ ନେଇ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପି ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ନିଜର ରୋଡମ୍ୟାପ ରଖିଛନ୍ତି। କେମିତି ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ଶୃଙ୍ଖଳା ନିୟନ୍ତ୍ରଣରେ ରହିବ ତା ଉପରେ ଜୋର ଦିଆଯାଇଛି । ଏହାବାଦ୍ ଅନୁପ୍ରବେଶକାରୀ, ସାଇବର ଅପରାଧ, ନିଶା କାରବାର, ମାଓ ମୁକାବିଲା, ତଟ ସୁରକ୍ଷା ପ୍ରସଙ୍ଗ ଆଲୋଚନାରେ ସ୍ଥାନ ପାଇଛି । ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ଦେବା ସହ କିଭଳି ଭାବେ ତ୍ୱରିତ୍ୱ ନ୍ୟାୟ ପ୍ରଦାନ କରାଯିବ ସେନେଇ ପୋଲିସ ମୁଖିଆଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଏହି ସମ୍ମିଳନୀରେ ଦେଶର ସୁରକ୍ଷାକୁ ନେଇ ନୂଆ ନକ୍ସା ପ୍ରସ୍ତୁତ କରିଛନ୍ତି। ଜାତୀୟ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ମୁଖ୍ୟଙ୍କ ସହ ୱାନ୍-ଟୁ-ୱାନ ଆଲୋଚନା କରିଥିବା ସୂଚନା ମିଳିଛି। ୨ ଦିନ ଧରି ଜାତୀୟ ସୁରକ୍ଷାକୁ ନେଇ ରାଜ୍ୟ ରାଜଧାନୀରେ ମାନସ ମନ୍ଥନ ଚାଲିଛି। ଆସନ୍ତାକାଲି ପୋଲିସ ଡିଜି ସମ୍ମିଳନୀର ଅନ୍ତିମ ଦିନ। ଶେଷ ଦିନରେ ବି ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ଏନଏସଏ ଉପସ୍ଥିତ ରହି ଉଭୟ ଆଭ୍ୟନ୍ତରୀଣ ଓ ବାହ୍ୟ ଶତ୍ରୁଙ୍କୁ ନିପାତ କରିବାକୁ ଯେଉଁ ବ୍ୟୁହ ରଚାଯିବ ସେଥିରେ ମୋହର ମାରିବେ।

  • Related Posts

    ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ

    କଟକ ୪।୬: ଏସ୍‌ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍‌ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

    Continue reading
    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ