ଗୁରୁବାର ବନକଲାଗି ନୀତି

ପୁରୀ: ଆସନ୍ତାକାଲି ଅର୍ଥାତ ଗୁରୁବାର ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ