ସାଂସଦଙ୍କୁ ପୁଣି ହତ୍ୟା ଧମକ

୨୪ ଘଣ୍ଟା ଭିତରେ ତୁମକୁ ମାରିଦେବୁ। ଆମ ଲୋକ ତୁମର ବେଶ ନିଟତର ହୋଇଗଲେଣି। ଆଜି ତୁମ ଶେଷ ଦିନ, ଯାହା କରିବାର ଅଛି କରିନିଅ। ବିହାର ପୂର୍ଣ୍ଣିଆ ସାଂସଦ ପପୁ ଯାଦବଙ୍କୁ ଲରେନ୍ସ ଗ୍ୟାଙ୍ଗ ତରଫରୁ ପୁଣି ଥରେ ଏଭଳି ଧମକ ମିଳିଛି। ପୂର୍ଣ୍ଣିୟା ସାଂସଦ ରାଜେଶ ରଞ୍ଜନ ଓରଫ ପପୁ ଯାଦବ ବର୍ତ୍ତମାନ ପୂର୍ଣ୍ଣିଆରେ ଅଛନ୍ତି। ତାଙ୍କୁ ପୁଣି ଥରେ ହତ୍ୟା ଧମକ ଦିଆଯାଇଛି। ଧମକ ଦେଉଥିବା ବ୍ୟକ୍ତି ତାଙ୍କୁ ଗତ ୨୪ ଘଣ୍ଟା ମହଲତ ଦେଇଛନ୍ତି। ହ୍ୱାଟସ୍‌ଆପ୍‌ର ଏହି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ କୁହାଯାଇଛି ଯେ, ଆମର ସାଥୀମାନେ ଆପଣଙ୍କ ନିକଟରେ ଅତି ନିକଟତର ହୋଇଛନ୍ତି। ଏପରିକି ଆପଣଙ୍କର ଅଙ୍ଗରାକ୍ଷୀମାନେ ମଧ୍ୟ ଆପଣଙ୍କୁ ବଞ୍ଚାଇବାକୁ ସମର୍ଥ ହେବେ ନାହିଁ। ଜନ୍ମଦିନର ଶୁଭେଚ୍ଛା, ଲରେନ୍ସ ଭୋଇ ଏବଂ ତାଙ୍କ ଦଳ। ପୂର୍ଣ୍ଣିୟା ସାଂସଦ ଆପଣଙ୍କର ଶେଷ ଦିନକୁ ଉପଭୋଗ କରନ୍ତୁ। ସୂଚନା ମୁତାବକ, ପପୁ ଯାଦବଙ୍କୁ ଯେଉଁ ନମ୍ବରରୁ ଧମକ ଆସିଛି ତାହା ପାକିସ୍ତାନର ବୋଲି ଜଣାପଡିଛି। ଧମକ ଦେଇଥିବା ବ୍ୟକ୍ତି ଜଣକ ନିଜକୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସଦସ୍ୟ ବୋଲି ଦାବି କରୁଛି। କେବଳ ସେତକି ନୁହେଁ ୭ ସେକେଣ୍ଡର ଏକ ବିସ୍ଫୋରଣ ଭିଡିଓ ମଧ୍ୟ ସାଂସଦଙ୍କ ମୋବାଇଲ ନମ୍ବରକୁ ପଠାଯାଇଛି। ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ପୂର୍ବରୁ ମଧ୍ୟ ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ସମାନ ଧମକ ମିଳିଥିଲା। ତେବେ ପୁଲିସ ଧମକ ଦେଇଥିବା ବ୍ୟକ୍ତିଙ୍କୁ ପୁର୍ଣ୍ଣିଆରୁ ଗିରଫ କରିଥିଲା।

  • Related Posts

    ଭାରତ ଆସିବେ ରୁଷ୍ ରାଷ୍ଟ୍ରପତି ପୁଟିନ

    ନୂଆଦିଲ୍ଲୀ: ଭାରତ ଆସିବେ ରୁଷ୍ ରାଷ୍ଟ୍ରପତି । ଆମେରିକା ସହ ଭାରତର ସମ୍ପର୍କ ଦିନକୁ ଦିନ ଖରାପ ହେଉଥିବା ବେଳେ ଏବେ ରୁଷ୍ ଓ ଭାରତ ମିଶି ରଣନୀତି ତିଆରି କରିବେ ବୋଲି କୁହାଯାଉଛି। ରୁଷ୍ ସହ ତେଲ କାରବାର କରୁଥିବାରୁ…

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ନୂଆଦିଲ୍ଲୀ: ଟାରିଫରେ ଡୋନାଲ୍ଡ ଟ୍ରମ୍ପଙ୍କୁ ନରେନ୍ଦ୍ର ମୋଦି ବଡ଼ ଝଟକା ଦେଇଛନ୍ତି। ଆମେରିକା ସହ ଭାରତ ୩୧,୫୦୦ କୋଟି ଟଙ୍କାର ବୋଇଂ ଡିଲ ରଦ୍ଦ କରିଦେଇଛି। ଭାରତ ଏହି ନିଷ୍ପତ୍ତି ସେତେବେଳେ ନେଇଛି ଯେତେବେଳେ ଆମେରିକା ରାଷ୍ଟ୍ରପତି ଭାରତ ଉପରେ ଅତିରିକ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

    ଭାରତ ଆସିବେ ରୁଷ୍ ରାଷ୍ଟ୍ରପତି ପୁଟିନ

    MoU signed to foster Bio-economy in state

    Odisha Eyes Greener Roads: Plastic Waste to Pave the Way

    Pavitra Mohan Pradhan Medical College (PMPMC) will have 200 MBBS students in 2025-26