ଲୋକାୟୁକ୍ତ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କୁ ଜବାବ ତଲବ

କଟକ : ଲୋକାୟୁକ୍ତ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ। ଆସନ୍ତା ୨ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ଆଜି ନିର୍ଦ୍ଦେଶ ହୋଇଛି। ଆବେଦନକାରୀ ଯଦି ଚାହିଁବେ, ତେବେ ମାମଲା ସଂକ୍ରାନ୍ତରେ ଜବାବ ଦାଖଲ କରି ପାରିବେ ବୋଲି ମଧ୍ୟ ଆଜି ନିର୍ଦ୍ଦେଶ ହୋଇଛି।

ସୂଚନା ଥାଉକି, ପ୍ରାୟ ଏକ ବର୍ଷ ହେବ ରାଜ୍ୟରେ ଲୋକାୟୁକ୍ତ ଅଧ୍ୟକ୍ଷ ଏବଂ ସଦସ୍ୟ ପଦ ପୂରଣ ହୋଇପାରିନାହିଁ। ଯାହାକୁ ନେଇ ଆବେଦନକାରୀ ତଥା ଆଇନଜୀବୀ ପ୍ରବୀର ଦାସ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରିଥିଲେ। ଆଜି ଏହି ମାମଲାର ଶୁଣାଣି ବେଳେ ସରକାରୀ ପକ୍ଷ ଯୁକ୍ତି ରଖିଥିଲେ କି, ଖୁବ ଶୀଘ୍ର ଏନେଇ ନିଷ୍ପତ୍ତି ହେବାକୁ ଯାଉଛି। ସରକାରୀ ନିଷ୍ପତ୍ତି କେବେ ହେବ, କଣ ହେବ, ସେ ବାବଦରେ ପଦକ୍ଷେପ ନିଆଯାଉଛି। ଏହାପରେ ସତ୍ୟପାଠ ଜରିଆରେ ସବୁ କିଛିର ବିସ୍ତୃତ ବିବରଣୀ ଦାଖଲ କରିବା ଲାଗି ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ