ହାତୀ ଆକ୍ରମଣରେ ବନ କର୍ମଚାରୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ହାତୀ ଆକ୍ରମଣରେ ଗଲା ବନ କର୍ମଚାରୀଙ୍କ ଜୀବନ। ମୃତ ବନ କର୍ମଚାରୀ ଜଣଙ୍କ ହେଲେ ରୂପେଶ ଛାତ୍ରିଆ। ଗତକାଲି କଣ୍ଟାବାଞ୍ଜି ରେଞ୍ଜ ଢୋଲମଣ୍ଡଳ ସେକ୍ସନର ବାନ୍ଧନପାଲି ଗାଁ ଭିତରକୁ ଏକ ହାତୀ ପଲ ପଶି ଆସିଥିଲେ। ଏହି ସମୟରେ ବନ ବିଭାଗ ଟିମ୍ ହାତୀକୁ ଘଉଡ଼ାଇବାକୁ ଚେଷ୍ଟା କରୁଥିଲେ।ହଠାତ ହାତୀଟି ବନ କର୍ମଚାରୀଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲା। ଆକ୍ରମଣରେ ପାରା ସ୍କ୍ବାଡ୍ ପ୍ରଶାନ୍ତ ନାଏକ, ଗଜସାଥୀ ରୂପେଶ ଛତ୍ରୀଆ ଓ ବନ କର୍ମଚାରୀ ତାରେଶ୍ୱର ରଣା ଗୁରୁତର ହୋଇଥିଲେ। ୩ଜଣ ଗୁରୁତରଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତରାତିରେ ଗଜସାଥୀ ରୂପେଶ ଛାତ୍ରିଆଙ୍କ ମୃତ୍ୟୁ ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ