୨୭ରେ ଓଡ଼ିଶା ଆସିବେ ମୋଦୀ

ଭୁବନେଶ୍ବର: ଆଗାମୀ ୨୭ ତାରିଖରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ଆୟୋଜିତ ହେବାକୁ ଥିବା ଯୁବ ସମାବେଶରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏନେଇ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନଠାରୁ ଓଡ଼ିଶାରେ ବିଜେପି ପକ୍ଷରୁ ସେବା ପକ୍ଷ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ବିଜେପିର ସଂଗଠନକୁ ଅଧିକ ଶକ୍ତିଶାଳୀ କରିବା ସହ ଲୋକାଭିମୁଖୀ ସରକାରଙ୍କ କାର୍ୟ୍ୟଶୈଳୀକୁ ନିକଟରୁ ଦେଖିବାର ପ୍ରୟାସ କରିବେ ବୋଲି କୁହାଯାଉଛି।
ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ବ୍ରହ୍ମପୁର ଛତ୍ରପୁର ଠାରେ ଆୟୋଜିତ ଜନ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେବା ପକ୍ଷ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେବେ। ପରିବହନ ମନ୍ତ୍ରୀ ଏ ନେଇ ତଦାରଖ କରୁଛନ୍ତି। ନିଜେ ଯାଇ କାର୍ୟ୍ୟକ୍ରମର ସମୀକ୍ଷା କରିବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ। ଏହା ବାଦ ଦ୍ୱିତୀୟ କାର୍ୟକ୍ରମ ପାଇଁ ଅନୁରୋଧ କରାଯାଇଛି। କିନ୍ତୁ କାର୍ୟ୍ୟକ୍ରମ ଚୁଡାନ୍ତ ହୋଇ ନାହିଁ। ବର୍ଷକ ମଧ୍ୟରେ ୬ ଟି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ଓଡ଼ିଶା ପ୍ରତି ସ୍ଵତନ୍ତ୍ର ଦୃଷ୍ଟି ରହିଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ବିଜେପି ସରକାରର ଶପଥଗ୍ରହଣ ଉତ୍ସବରେସାମିଲ ହୋଇଥିଲେ। ପୁଣି ଗତ ବର୍ଷ ନିଜର ଜନ୍ମଦିନ (ସେପ୍ଟେମ୍ବର ୧୭ ତାରିଖ) ସୁଭଦ୍ରା ଯୋଜନାର ଶୁଭାରମ୍ଭ କାର୍ୟ୍ୟକ୍ରମରେ ଯୋଗ ଦେବା ଲାଗି ବି ଭୁବନେଶ୍ବର ଆସିଥିଲେ। ଏଣେ ଚଳିତ ବର୍ଷ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିଥିଲେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ