ଭୁବନେଶ୍ବରରେ ୧୭ ରୁ ୨୪ ବୁଲା କୁକୁର ଗଣନା

ଭୁବନେଶ୍ବର : ରାଜ୍ୟରେ ପ୍ରଥମଥର ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ହେବ ବୁଲା କୁକୁର ଗଣନା । ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ୟ୍ୟ ଚାଲିବ। ବୁଲା କୁକୁର ଗଣନା ପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ୟ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ । ଏଥିପାଇଁ ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଥମ ପର୍ୟ୍ୟାୟ ସେପ୍ଟେମ୍ବର ୧୭ରୁ ୨୦ ତାରିଖ ଏବଂ ଦ୍ୱିତୀୟ ପର୍ୟ୍ୟାୟ ୨୧ରୁ ୨୪ ତାରିଖ ପର୍ୟ୍ୟନ୍ତ ଚାଲିବ । ଭୋର ୫ଟାରୁ ସକାଳ ୭ଟା ଯାଏଁ ଏହି କୁକୁର ଗଣନା ଚାଲିବ । ଦକ୍ଷ ପଶୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, ଏସ୍ଏମଟିଏ, ଡିଇଓ, ସିଓ, ଓ୍ୱାର୍ଡ ଅଫିସର ପ୍ରମୁଖ ଏହି କାର୍ୟ୍ୟ ସଂପାଦନ କରିବେ । ଏକକାଳୀନ ୪୧୦ଟି ଟିମ୍ ଭୁବନେଶ୍ୱରର ବିଭିନ୍ନ ଗଳିକନ୍ଦିରେ କୁକୁର ଗଣନା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ