କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ:ଆଜି ହୋଇପାରେ ସ୍ପଷ୍ଟ

ନୂଆଦିଲ୍ଲୀ: କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ? ଏହି ସସପେନସ ଉପରୁ ଆଜି ହଟିପାରେ ପରଦା। ଆଜି ସ୍ପଷ୍ଟ ହୋଇପାରେ ଯେ, କିଏ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବ ଆଉ କାହାକୁ ମିଳିବ ଗୁରୁ ଦାୟିତ୍ୱ।

ସିଏମ୍ ପଦବୀକୁ ନେଇ ଛକାପଞ୍ଝା ଭିତରେ ଗତକାଲି ମୁମ୍ବାଇ ଫେରିଛନ୍ତି ମହାରାଷ୍ଟ୍ରର କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ସେ କହିଛନ୍ତି, ଆଜି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବ। ମହାରାଷ୍ଟ୍ରର ବିକାଶ ପାଇଁ ସେ ପ୍ରତିଶ୍ରୁତିବଦ୍ଧ ଏବଂ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଶାହ ଓ ବିଜେପି ରାଷ୍ଟ୍ରୀୟ ସଭାପତି ନଡ୍ଡାଙ୍କ ନିଷ୍ପତ୍ତି ଉପରେ ତାଙ୍କର ନିଃସର୍ତ୍ତ ସମର୍ଥନ ରହିଥିବା କହିଛନ୍ତି ସିନ୍ଦେ।ସେପଟେ ପୂର୍ବରୁ ସୂଚନା ମିଳିଥିଲା ଯେ, ଆଜି ବିଧାୟକ ଦଳ ବୈଠକ ବସି ନେତା ଚୟନ ହେବ। ଡିସେମ୍ବର ୫ରେ ମୁମ୍ବାଇ ଆଜାଦ ମୈଦାନରେ ନୂଆ ସରକାର ଶପଥ ଗ୍ରହଣ କରିବେ। ନିର୍ବାଚନ ଫଳ ଘୋଷଣାକୁ ସପ୍ତାହେ ବିତି ଥିଲେ ବି ମହାୟୁତିର କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ଏଯାଏଁ ସ୍ପଷ୍ଟ ହୋଇନି।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ