ଭାରତର ଲଗାତାର ଟେଷ୍ଟ ସିରିଜ ଜିତିବାର ଧାରା ଭାଙ୍ଗ

ପୁଣେ: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର ଲଗାତାର ଟେଷ୍ଟ ସିରିଜ ଜିତିବାର ଧାରା ମଧ୍ୟ ଭାଙ୍ଗି ଯାଇଛି।
୨୦୧୨-୧୩ରେ ଇଂଲଣ୍ଡ ଭାରତ ଗସ୍ତରେ ଦଳକୁ ଟେଷ୍ଟ ସିରିଜରେ ହରାଇଥିଲା। ଏହା ପରଠାରୁ ଭାରତୀୟ ଟିମ୍‌ ଘରୋଇ ମାଟିରେ ସିରିଜ ପରାଜୟର ନଜିର ନାହିଁ। ଦଳ ଲଗାତାର ୧୮ ସିରିଜରେ ବିଜେତା ହୋଇଥିଲା। ହେଲେ ଏବେ ଏଥିରେ ବ୍ରେକ୍‌ ଲାଗିଛି। ସେହିଭଳି ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ଘରୋଇ ମାଟିରେ ୪ର୍ଥ ମ୍ୟାଚ୍‌ରେ ପରାଜିତ ହୋଇଛି। ସେ ଏବେ ଭାରତ ପାଇଁ ସବୁଠାରୁ ଅଧିକ ଟେଷ୍ଟ ମ୍ୟାଚ୍‌ ହାରିବା ମାମଲାରେ ସଂଯୁକ୍ତ ଭାବେ ଦ୍ୱିତୀୟ ଭାରତୀୟ ଅଧିନାୟକ ପାଲଟିଛନ୍ତି।

ନ୍ୟୁଜିଲାଣ୍ଡ ଦଳ ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଦଳ ୨୫୯ ରନ୍‌ କରିଥିଲା। ଜବାବରେ ଟିମ୍‌ ଇଣ୍ଡିଆ ୧୫୬ ରନ୍‌ କରି ଅଲଆଉଟ୍‌ ହୋଇଥିଲା। ପରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରି ୨୫୫ ରନ୍‌ କରିବାରେ ସଫଳ ହୋଇଥିଲା। ଏମିତିରେ ଭାରତକୁ ୩୫୯ରନ୍‌ର ଟାର୍ଗେଟ ମିଳିଥିଲା। ହେଲେ ଯଶସ୍ବୀ ଜୟସ୍ବାଲଙ୍କୁ ଛାଡ଼ି ଅନ୍ୟ ବ୍ୟାଟ୍ସମ୍ୟାନ୍‌ ବିଫଳ ହେବାରୁ ଦଳକୁ ପରାଜିତ ହେବାକୁ ପଡ଼ିଛି। ନ୍ୟୁଜିଲାଣ୍ଡ ୨-୦ରେ ସିରିଜରେ ଆଗୁଆ ହୋଇଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ