ଆସନ୍ତା ୧୭ରେ ସକାଳ ସ୍କୁଲ

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ରାଜ୍ୟର ସମସ୍ତ ସ୍କୁଲରେ ବୃକ୍ଷରୋପଣ କାର୍ୟ୍ୟକ୍ରମ କରାଯିବ । ‘ଏକ୍‌ ପେଡ୍‌ ମା’କେ ନାମ’ କାର୍ୟ୍ୟକ୍ରମରେ ବୃକ୍ଷରୋପଣ ହେବ । ଏହି ଦିନ ସ୍କୁଲ ସକାଳ ୭ଟାରୁ ଅପରାହ୍ନ ସାଢ଼େ ୧ଟା ଯାଏ ଖୋଲାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଆସନ୍ତା ୧୭ ତାରିଖରେ ରାଜ୍ୟର ସମସ୍ତ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲରେ ବିଶାଳ ଚାରା ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଛାତ୍ରଛାତ୍ରୀ ସାମିଲ ହେବେ। ରାଜ୍ୟର ୨ ଲକ୍ଷ ଶିକ୍ଷକଙ୍କ ନେତୃତ୍ୱରେ ପ୍ରାୟ ୪୦ ହଜାର ବିଦ୍ୟାଳୟର ୧୫ ଲକ୍ଷ ଛାତ୍ରଛାତ୍ରୀ ଚାରା ରୋପଣ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦିଗ୍‌ଦର୍ଶନରେ ଏହି କାର୍ୟ୍ୟକ୍ରମ ଆୟୋଜିତ ହେବ ।

ଚିଠିରେ ଉଲ୍ଲେଖ କରାଯାଇଛି, ସରକାରଙ୍କ ଅନୁମୋଦନ କ୍ରମେ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ସମୟକୁ ପରିବର୍ତ୍ତନ କରାଯାଇଛି । ୧୭ ତାରିଖରେ ଛାତ୍ରଛାତ୍ରୀମାନେ ସକାଳ ୭ଟା ସୁଦ୍ଧା ସ୍କୁଲରେ ପହଞ୍ଚିବେ । ସାଢ଼େ ୧ଟା ବେଳକୁ ସ୍କୁଲ ଛୁଟି କରାଯିବ । ମାତ୍ର ସେହି ଦିନ ସମସ୍ତ ପିଲା ଯେପରି ମଧ୍ୟାହ୍ନଭୋଜନ କରନ୍ତି ତାକୁ ସୁନିଶ୍ଚିତ କରାଯିବ । ଏଥିସହ ପାଠପଢ଼ା ମଧ୍ୟ ହେବ । ସେହିପରି ବିଭିନ୍ନ ପ୍ରତିଯୋଗିତା କରାଯାଇଥିବା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯିବ ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ