୧୯୬ ଡାକ୍ତରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜଣେ କି ଦୁଇ ଜଣ ନୁହେଁ । ମୋଟ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଦୀର୍ଘ ଦିନ ଛୁଟିରେ ଥିବା ସମ୍ପୃକ୍ତ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।

ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟ ସରକାର ଶୂନ ସହନଶୀଳତା ଉପରେ କାର୍ଯ୍ୟ କରୁଛନ୍ତି । ନିୟମ ଅନୁସାରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୧୯୬ ଜଣ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ରାଜ୍ୟରେ ଗୋଟିଏ ଡାକ୍ତରଙ୍କ ଅଭାବ ଯୋଗୁଁ ସ୍ୱାସ୍ଥ୍ୟ ସେବା ବ୍ୟାହତ ହେଉଛି । ଅନ୍ୟପଟେ ସରକାରୀ ନିଯୁକ୍ତି ପାଇ ମଧ୍ୟ ବହୁ ଡାକ୍ତର କାର୍ଯ୍ୟରେ ଯୋଗନଦେଇ ଛୁଟିରେ ରହୁଛନ୍ତି । ଅନ୍ୟପକ୍ଷରେ ସମ୍ପୃକ୍ତ ଡାକ୍ତର ବିଭିନ୍ନ ଘରୋଇ ସେବାରେ ଲିପ୍ତ ଥିବା ଅଭିଯୋଗ ମାନ ଉଠୁଛି ।

  • Related Posts

    ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

    ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

    Continue reading
    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ