୨୫ ବେଳକୁ ଲଘୁଚାପ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ମିଆଁମାର ଓ ବାଂଲାଦେଶ ଉପକୂଳରେ ଆସନ୍ତା ୨୫ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। କିନ୍ତୁ କିଛି ପାଣିପାଗ ବିଶେଷଜ୍ଞଙ୍କ ଆକଳନ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆଜି ବାରିପଦା, ସମ୍ବଲପୁର, ବଲାଙ୍ଗିର, କୋରାପୁଟ, ଦାରିଙ୍ଗବାଡ଼ି, ନୂଆପଡ଼ା ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ବାଲେଶ୍ବର ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି ହେବାପରେ ଅବପାତ ଉପରେ ସ୍ପଷ୍ଟ ଆକଳନ କରାଯାଇ ପାରିବ। ଆସନ୍ତା ୨୪ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି। ଉପକୂଳ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ