ଆସୁଛନ୍ତି ପ୍ରଧାନମନ୍ତ୍ରୀ: ରଙ୍ଗେଇଲୁଣ୍ଡାରେ ସ୍ଥିତି ସମୀକ୍ଷା କଲେ ପୁଲିସ ଡିଜିପି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି । ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାଠାରେ ଅନୁଷ୍ଠିତ ହେବାକୁ ଥିବା “ସେବା ପର୍ବ’ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରଙ୍ଗେଇଲୁଣ୍ଡାରେ ସମୀକ୍ଷା କରିଛନ୍ତି ଓଡ଼ିଶା ପୁଲିସ ଡିଜିପି ଓ୍ୱାଇ.ବି ଖୁରାନିଆ । ସୁରକ୍ଷା ବ୍ୟବସ୍ଥା ନେଇ ଯାଞ୍ଚ କରିଛନ୍ତି। ପ୍ରଧାନମନ୍ତ୍ରୀ ୨୭ ତାରିଖ ପୂର୍ବାହ୍ନ ୧୧ଟା ରେ ବ୍ରହ୍ମପୁରରେ ଜାତୀୟ ସ୍ତରୀୟ “ସେବା ପର୍ବ’ କାର୍ୟ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ଜନହିତକର ପ୍ରକଳ୍ପ ଓ କାର୍ୟ୍ୟକ୍ରମକୁ ଲୋକାର୍ପିତ କରିବେ । ଏହି “ସେବା ପର୍ବ’ କାର୍ୟ୍ୟକ୍ରମରେ ଦେଶର ୮ଟି ଆଇଆଇଟିର କ୍ଷମତା ସମ୍ପ୍ରସାରଣ, କୋରାପୁଟ-ବାଇଗୁଡ଼ା, ମାନାବାର-କୋରାପୁଟ-ଗାରାପୁର ରେଳ ଲାଇନ ଡବଲିଙ୍ଗ, ସମ୍ବଲପୁର-ସରଲା ଫ୍ଲାଇଓଭର ଉଦଘାଟନ, ବିଏସଏନଏଲ୍‌ ଦ୍ୱାରା ଦେଶବ୍ୟାପୀ ସ୍ୱଦେଶୀ ୪-ଜି ନେଟୱର୍କ ସେବାର ଲୋକାର୍ପଣ, ଏମ୍‌କେସିଜି ଓ ଭିଏମସାର ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ ସୁପର ସ୍ପେସାଲିଟି ମାନ୍ୟତା ଘୋଷଣା କରିବେ ପ୍ରଧାନମନ୍ତ୍ରୀ । ଏହାସହ ଦେଶବ୍ୟାପୀ ଦକ୍ଷତା ବିକାଶ ପ୍ରକଳ୍ପର ଉଦଘାଟନ, ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ ସହାୟତା ପ୍ରଦାନ ଓ ବିଭିନ୍ନ ବିକାଶମୂଳକ କାର୍ୟ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ କାର୍ୟ୍ୟକ୍ରମର ସଫଳ ଆୟୋଜନ ସହ ସୁରକ୍ଷା ବ୍ୟବସ୍ଥା, ଜନସାଧାରଣଙ୍କ ସହଭାଗିତା ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ସ୍ମରଣୀୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପ୍ରଥମେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର ଗସ୍ତ କରିବେ । ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ ଡିଜି ଓ୍ୱାଇ ବି ଖୁରାନିଆ ଶନିବାର ଦିନ ବ୍ରହ୍ମପୁର ଗସ୍ତରେ ଆସିଛନ୍ତି । ବ୍ରହ୍ମପୁରରେ ପହଞ୍ଚିବା ପରେ ପ୍ରଥମେ ରଙ୍ଗେଇଲୁଣ୍ଡାରେ ଜିଲ୍ଲା ଓ ପୁଲିସ ପ୍ରଶାସନ ସହିତ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସମୀକ୍ଷା ବୈଠକ କରିଛନ୍ତି । ଏହାପରେ ବିଭିନ୍ନ ପର୍ୟ୍ୟାୟରେ ଗସ୍ତ ନେଇ ସମୀକ୍ଷା କରିବା ପରେ ଭୁବନେଶ୍ୱର ଫେରିଯିବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ