ବାତ୍ୟା ପରେ ବନ୍ୟା ସ୍ଥିତି, ରାସ୍ତାରେ ଭାସୁଛି ବସ୍

ବାତ୍ୟା ‘ଫେଙ୍ଗଲ୍’ ଶନିବାର ରାତିରେ ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳ ଅତିକ୍ରମ କରିସାରିଛି। ହେଲେ ଉଭୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଯାହା ଭୟଙ୍କର ବନ୍ୟାର ରୂପ ନେଲାଣି। ତେବେ ତାମିଲନାଡ଼ୁର କ୍ରିଷ୍ଣାଗିରି ଜିଲ୍ଲା ଗତ ଦୁଇଦିନରେ ସବୁଠାରୁ ବେଶୀ ପ୍ରଭାବିତ ହୋଇଛି। ଜିଲ୍ଲାର ତଳିଆ ଅଞ୍ଚଳରେ ଥିବା ଏକ ରାସ୍ତାରେ କାର, ବସ ଗୁଡ଼ିକ କାଗଜ ଡଙ୍ଗା ଭଳି ପାଣିରେ ଭାସି ଯାଉଥିବା ଦେଖିବାକୁ ମିଳିଛି।
ତାମିଲନାଡ଼ୁ କ୍ରିଷ୍ଣାଗିରି ଜିଲ୍ଲାର ଉଥାଂଗରାଇ ବସ୍ ଷ୍ଟାଣ୍ଡର ଏକ ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଦେଖିବାକୁ ମିଳୁଛି ଯେ ଅନେକ ବସ୍ ବନ୍ୟାଜଳରେ ବୁଡ଼ି ରହିଛି। କେତେକ ବସ୍, କାର୍ ଓ ଅନ୍ୟ ଗାଡ଼ି ଗୁଡ଼ିକ କାଗଜ ଡଙ୍ଗା ପରି ବନ୍ୟାଜଳରେ ଧିରେ ଧିରେ ଭାସି ଯାଉଥିବା ମଧ୍ୟ ଭିଡିଓରେ ଦେଖିବାକୁ ମିଳୁଛି। ସ୍ଥାନୀୟ ଅଧିକାରୀଙ୍କ କହିବା ମୁତାବକ କ୍ରିଷ୍ଣାଗିରି ଜିଲ୍ଲାରେ ଗତ 14 ଘଣ୍ଟାରୁ ଅଧିକ ସମୟ ହେବ ଲଗାଣ ବର୍ଷା ଜାରି ରହିଛି। ତେବେ ଉଥାଂଗରାଇ ଅଞ୍ଚଳରେ ଗତରାତିରୁ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

ସେପଟେ ଭାରତୀୟ ପାଣିପାଗ ବିଭାଗ ଆଜି ମଧ୍ୟ ତାମିଲନାଡ଼ୁର କ୍ରିଷ୍ଣାଗିରି ସମେତ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି। ଏହା ସହିତ ପଡ଼ୋଶୀ କର୍ଣ୍ଣାଟକର ବିଭିନ୍ନ ଜିଲ୍ଲାକୁ ମଧ୍ୟ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ପରିସ୍ଥିତିକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ରାଜ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ କଲେଜକୁ ବନ୍ଦ ରଖାଯାଇଛି

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ