ବୁଲାକୁକୁର ଗଣତି ପ୍ରତି ଯତ୍ନବାନ୍ ହେଉ ଭୁବନେଶ୍ବର ମହାନଗର ନିଗମ

ଭୁବନେଶ୍ବର,24।09: ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ବୁଲାକୁକୁର ଗଣତି ହେଉଛି। ୪୧୦ଜଣଙ୍କୁ କୁକୁର ଗଣତିରେ ନିୟୋଜନ କରାଯାଇଛି। ପ୍ରାଣୀ ଚିକିତ୍ସକଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପର୍‌ଭାଇଜର୍‌, ସାନିଟାରି ଇନ୍ସପେକ୍ଟର, ଏସ୍ଏମଟିଏ, ଡିଇଓ, ସିଓ, ଵାର୍ଡ ଅଫିସର ପ୍ରମୁଖ କୁକୁର ଗଣତି କରୁଛନ୍ତି। ଭୋର ୫ଟାରୁ ୭ଟା ପର୍ଯ୍ୟନ୍ତ କୁକୁର ଗଣନା ହେଉଛି। ୱାର୍ଡୱାରି କେଉଁମାନେ କେତେ କିଲୋମିଟର ଅଞ୍ଚଳ ବୁଲି କୁକୁର ଗଣିବେ, ତାହା ବି ବଣ୍ଟାଯାଇଛି। ଗଣତି ବାବଦରେ ପ୍ରାୟ ସାଢ଼େ ୪ଲକ୍ଷ ଟଙ୍କା ବିଏମ୍‌ସି ଖର୍ଚ୍ଚ କରୁଛି। କୁକୁର କାମୁଡ଼ା କମାଇବା ସହ ଜଳାତଙ୍କ ଓ ଅନ୍ୟାନ୍ୟ ସଂକ୍ରମିତ ରୋଗ ରୋକିବା, ସଡ଼କ ଦୁର୍ଘଟଣା ଓ ପରିବେଶ ପ୍ରଦୂଷଣ ରୋକିବା ଆଦି କୁକୁର ଗଣତିର ପ୍ରମୁଖ ଲକ୍ଷ୍ୟ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। କିନ୍ତୁ ଗଣତି ଯେଉଁ ଢଙ୍ଗରେ ହେଉଛି, ସେଥିରୁ ବୁଲାକୁକୁରଙ୍କ ଠିକ୍ ସଂଖ୍ୟା ବାହାରିବା ନେଇ ଆଶଙ୍କା ରହିଛି ବୋଲି ବୁଦ୍ଧିଜୀବୀ ଓ ରାଜଧାନୀବାସୀ କହିଲେଣି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ