ସଂସଦରେ ସମ୍ବିଧାନ ଉପରେ ବିତର୍କ ହେବ

ସଂସଦକୁ ଆସିବ ସମ୍ବିଧାନ ପ୍ରସଙ୍ଗ। ସମ୍ବିଧାନ ଉପରେ ବିତର୍କ ପାଇଁ ଲୋକସଭା ଓ ରାଜ୍ୟସଭାର ସମସ୍ତ ବିରୋଧୀ ଓ ଶାସକ ଦଳର ସାଂସଦମାନେ ଏକମତ ହୋଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ଡିସେମ୍ବର ୧୩ରୁ ୧୭ ମଧ୍ୟରେ ଚାରିଦିନ ଧରି ସଂସଦର ଉଭୟ ଗୃହରେ ସମ୍ବିଧାନ ଉପରେ ବିତର୍କ ହେବ।
ନଭେମ୍ବର ୨୫ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା। ତେବେ ସମ୍ବିଧାନକୁ ନେଇ ବିତର୍କ ଦାବିରେ ବାରମ୍ବାର ହଟ୍ଟଗୋଳ ଓ ଗୃହ ମୁଲତବୀ ହୋଇଥିଲା। ଯାହାକୁ ନେଇ ଆଜି ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି ଓମ୍ ବିର୍ଲା। ଏହି ବୈଠକରେ ସମ୍ବିଧାନ ଉପରେ ବିତର୍କ ପାଇଁ ସବୁ ଦଳର ସଦସ୍ୟ ସହମତି ପ୍ରକାଶ କରିଥିବା ଜଣାପଡ଼ିଛି।
ସର୍ବଦଳୀୟ ବୈଠକ ପରେ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ଡିସେମ୍ବର ୧୩ରୁ ୧୭ ପର୍ଯ୍ୟନ୍ତ ଚାରିଦିନ ଧରି ସଂସଦର ଉଭୟ ଗୃହରେ ସମ୍ବିଧାନ ଉପରେ ବିତର୍କ ହେବ ବୋଲି ସେ କହିଛନ୍ତି। ପ୍ରଥମେ ଡିସେମ୍ବର ୧୩ ଓ ୧୪ ଦୁଇଦିନ ଲୋକସଭାରେ ଏବଂ ୧୬ ଓ ୧୭ ଡିସେମ୍ବରରେ ରାଜ୍ୟସଭାରେ ସମ୍ବିଧାନ ଉପରେ ବିତର୍କ ହେବ। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ରିଜିଜୁ କହିଛନ୍ତି, ‘ସଂସଦ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଉଚିତ ନୁହେଁ। ସମସ୍ତ ବିରୋଧୀ ଦଳର ନେତାମାନଙ୍କୁ ଆମେ ଅନୁରୋଧ କରୁଛୁ, ଆସନ୍ତାକାଲିଠାରୁ ସଂସଦ କାର୍ଯ୍ୟ ସୁରୁଖୁରୁରେ କିପରି ଚାଲିବ, ସେନେଇ ସମସ୍ତେ ଦାୟିତ୍ଵବାନ ହେବେ।’

  • Related Posts

    ବିଶ୍ୱ ଜଳବାୟୁ ଦିବସ ଅବସରରେ ରାଇକିଆରେ ସ୍ୱତନ୍ତ୍ର ପଲ୍ଲିସଭା

    “ସ୍ୱଚ୍ଛ ରାଇକିଆ, ସବୁଜ ରାଇକିଆ” ଗଠନ ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାଇକିଆ: ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ରାଇକିଆ ପଞ୍ଚାୟତ ପକ୍ଷରୁ ପଞ୍ଚାୟତ ଗୃହ ପରିସରରେ ଏକ ସ୍ୱତନ୍ତ୍ର ପଲ୍ଲିସଭା ଆୟୋଜିତ ହୋଇଥିଲା। ବଦଳୁଥିବା ଜଳବାୟୁ ପରିସ୍ଥିତି, ପରିବେଶ…

    Continue reading
    ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ

    ଭଦ୍ରକ: ଭିଜିଲାନ୍ସ ଜାଲରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ। ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ। ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍। ଧରାପଡ଼ିବା ପରେ ଶ୍ରୀକାନ୍ତଙ୍କ ଘର ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ