ଲଘୁଚାପ: ୨୪ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଏଘୁଚାପ ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ୨୭ ସକାଳେ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ୩ଦିନ ଧରି ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେବା ସହ ସତର୍କ କରିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ନୂଆପଡ଼ାଠାରେ ସର୍ବାଧିକ ୮୧.୮ ମି.ମି ବର୍ଷା ରେକର୍ଡ କରାଯାଇଛି।ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବା ସହ ଝଟକା ପବନ ୬୦ କି.ମି. ବେଗରେ ବହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର, ନୟାଗଡ଼ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

  • Related Posts

    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading
    ପେଟାପଙ୍ଗା ପଞ୍ଚାୟତରେ ଜନଶୁଣାଣୀ ଶିବିର

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପଙ୍ଗା ଗ୍ରାମ ପଞ୍ଚାୟତରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ମୋଟ ୧୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ