ଆସନ୍ତାକାଲିଠୁ ୫ଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲିଠୁ ୫ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ବ୍ୟାପକ ପ୍ରସ୍ତୁତି ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଦିନିଆ ଗସ୍ତ ଶେଷକରି ଗତକାଲି ଓଡ଼ିଶା ଛାଡ଼ିଥିବାବେଳେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆସନ୍ତାକାଲିଠୁ ୫ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ କଟକଣା ମଧ୍ୟ ଜାରି ହୋଇଛି ।

ସୂଚନା ଅନୁସାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସ୍ୱତନ୍ତ୍ର ବିମାନରେ ଆସନ୍ତାକାଲି ଅପରାହ୍ନ ୫ଟାରେ ଭୁବନେଶ୍ୱରରେ ପହଂଚିବେ । ରାଷ୍ଟ୍ରପତି ଆସନ୍ତାକାଲି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂଆ ପ୍ରତିମୂର୍ତ୍ତି ଅନାବରଣ କରିବା ସହ ଆଦିମଓୱାର ଜାର୍ପା ଜାହେର ପରିଦର୍ଶନ କରିବେ । ଡିସେମ୍ବର ୪ତାରିଖରେ ପୁରୀ ଯାଇ ସକାଳ ୧୦ଟା ୧୫ରୁ ୧୦ଟା ୪୦ମିନିଟ୍ ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । ଅପରାହ୍ନ ୩ଟା ୫୫ମିନିଟରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ।

ଡିସେମ୍ବର ୫ତାରିଖରେ ଓୟୁଏଟିର ୪୦ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ସେହିଦିନ ଭୁବନେଶ୍ୱରର ନ୍ୟାୟିକ କୋର୍ଟର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ଉପରବେଡ଼ାଠାରେ ଛାତ୍ରଛାତ୍ରୀ ଓ ଗାଁ ଲୋକମାନଙ୍କ ସହ ମତବିନିୟମ କରିବେ । ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପିକମାନଙ୍କ ସହ କଥା ହେବେ । ୭ତାରିଖରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳଲାଇନ୍‌, ରାଇରଙ୍ଗପୁର ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ଦାଣ୍ଡବୋଷ ବିମାନ ବନ୍ଦର ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ